ଆଜିଠାରୁ +୩ ରେ ଅନଲାଇନ ମାଧ୍ୟମରେ ନାମଲେଖା ଆରମ୍ଭ ହୋଇଯାଇଛି । ସାମ୍ସ ୱେବସାଇଟ www.samsodisha.gov.inରେ ଜୁନ ୧୭ ତାରିଖ ପର୍ଯ୍ୟନ୍ତ ଅନଲାଇନ ଫର୍ମ ଜରିଆରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ପୋର୍ଟାଲ ଆବେଦନର ସମୟ ସୀମା ରାତି ୧୧ଟା ୪୫ ମିନିଟ ପର୍ଯ୍ୟନ୍ତ ରହିଛି ।ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ଡିଗ୍ରୀ କଲେଜ ସହିତ ସଂସ୍କୃତ କଲେଜର ସ୍ନାତନ ପାଠ୍ୟକ୍ରମରେ ଓ ସେଲ୍ଫ ଫାଇନାସରେ ନାମଲେଖା ପାଇଁ ଅପରାହ୍ନା ୪ଟାରୁ ଅନଲାଇନ ଫର୍ମ ପୁରଣ କରିପାରିବେ । ଆବଦନ ସମୟରେ କୌଣସି ତୃଟି ରହିଥିଲେ ଏହା ଜୁନ୍ ୧୮ ତାରିଖରେ ସଂଶୋଧନ କରାଯାଇପାରିବ । ସେହିପରି ଜୁନ ୨୫ରେ ପ୍ରଥମ ପର୍ଯ୍ୟାୟ ତାଲିକା ପ୍ରକାଶ ପାଇବ । ଏଥିସହ ୨୬ରୁ ୨୯ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ । ଜୁଲାଇ ୫ରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ୬ରୁ ୯ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post