ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧିନରେ ନିଯୁକ୍ତି ପାଇବାକୁ ଥିବା ଆସୋସିଏଟ୍ ପ୍ରଫେସର ପଦର ଅନଲାଇନ୍ ଆବେଦନ ଅବଧି ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ଅନ୍ତିମ ତାରିଖ ଏପ୍ରିଲ ୨୦ ରହିଥିବା ବେଳେ ଏବେ ତାହାକୁ ମେ ମାସ ୪ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚିତ କରାଯାଇଛି ।ସେହିପରି ଶିକ୍ଷାଗତ ଯୋଗ୍ୟତାକୁ ନେଇ କିଛି ନିୟମ ପରିବର୍ତ୍ତନ କରାଯାଇଛି । ଅନୁସୂଚିତ ଜାନତି (ଏସସି), ଅନୁସୂଚିତ ଜନଜାତି (ଏସଟି) ଓ ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି) ବର୍ଗର ସ୍ନାତକ ଓ ସ୍ନାତକୋତ୍ତର ସ୍ତରୀୟ ପ୍ରାର୍ଥୀଙ୍କ କ୍ଷେତ୍ରରେ ୫ ପ୍ରତିଶତ ବୟସ କୋହଳ କରାଯିବ । ସୂଚନାଯୋଗ୍ୟ ଯେ, ସିଭିଲ ଇଞ୍ଜିନିୟରିଂ, ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ, ମେକାନିକାଲ ଇଞ୍ଜିନିୟରିଂ, କେମିକାଲ ଇଞ୍ଜିନିୟରିଂ ଏପରି ୧୨ଟି ବିଷୟରେ ମୋଟ ୩୮ଟି ପଦ ପୂରଣ ହେବ । (୧) ଇନ୍ଦିରା ଗାନ୍ଧି ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ସାରଙ୍ଗ, (୨) ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ, ବ୍ରହ୍ମପୁର ଓ (୩) ସରକାରୀ କଲେଜ୍ ଅଫ ଇଞ୍ଜିନିୟରିଂ, କେନ୍ଦୁଝରରେ ଗ୍ରୁପ-ଏ ପଦ ପୂରଣ ହେବ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post