ଓଡ଼ିଶା ବେଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ (ଡିଟିଇଟି) ଅଧିନରେ ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର (ଏଟିଓ)ଙ୍କୁ ନିଯୁକ୍ତି ଦିଆଯିବ । ଏହି ପଦ ପାଇଁ ବର୍ତ୍ତମାନ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ଏହା ମଧ୍ୟରେ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଜାରି ହୋଇଛି ଏକ ଜରୁରୀ ନୋଟିସ୍ । ପ୍ରାର୍ଥୀମାନେ ସେମାନଙ୍କର ଶିକ୍ଷାଗତ ଯୋଗ୍ୟତାର ପ୍ରମାଣପତ୍ର ଅପଲୋଡ୍ ନକଲେ ସେମାନେ ଏହି ନିଯୁକ୍ତିରେ ଅଂଶଗ୍ରହଣ କରିପାରିବେ ନାହିଁ । ସେହିପରି ପ୍ରାର୍ଥୀମାନେ ଟ୍ରେଡ୍ ସିଲେକ୍ଟ କରିବା ଆବଶ୍ୟକ । ଆବଶ୍ୟକ ପ୍ରମାଣପତ୍ର ଅପଲୋଡ୍ ନକଲେ ପ୍ରାର୍ଥୀଙ୍କର ପ୍ରାର୍ଥୀତ୍ୱ ରିଜେକ୍ଟ ହୋଇଯିବ ବୋଲି କୁହାଯାଇଛି ।ସୂଚନାଯୋଗ୍ୟ ଯେ, ଏଟିଓ ପଦ ପାଇଁ ଏପ୍ରିଲ ୧୬ରୁ ମେ ୧୫ ମଧ୍ୟରେ ଅନଲାଇନରେ ପଞ୍ଜିକରଣ କରାଯିବ । ଅନଲାଇନ୍ ଆପ୍ଲିକେସନ ସବମିସନର ଅନ୍ତିମ ତାରିଖ ମେ ୧୮ ଓ ଅନଲାଇନ୍ ଆପ୍ଲିକେସନ ସଂଶୋଧନର ଅନ୍ତିମ ତାରିଖ ମେ ୨୧ ରହିଛି । ଏନଟିସି / ଏନଏସି ଧାରୀଙ୍କ ପାଇଁ ୧୨୫ଟି ଓ ଡିପ୍ଲୋମା / ଡିଗ୍ରୀ ଧାରୀଙ୍କ ପାଇଁ ୧୨୫ଟି ପଦ ଖାଲି ରହିଛି । ପ୍ରଥମ ପଦ ପାଇଁ ପ୍ରାର୍ଥୀ ଏନଟିସି / ଏନଏସି/ ଆଇଟିଆଇ ପାସ କରିଥିବା ଆବଶ୍ୟକ । ସେହିପରି ଦ୍ୱିତୀୟ ପଦ ପାଇଁ ପ୍ରାର୍ଥୀ ସର୍ବଭାରତୀୟ ବୈଷିୟକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ସ୍ୱୀକୃତିପ୍ରାପ୍ତ ଶିକ୍ଷାନୁଷ୍ଠାନ / ବୋର୍ଡ/ ୟୁନିଭରସିଟିରୁ ଡିପ୍ଲୋମା / ବି.ଇ/ ବି.ଟେକ ପାସ୍ କରିଥିବା ଆବଶ୍ୟକ
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post