ଏସଏସସି ପକ୍ଷରୁ ଷ୍ଟେନୋଗ୍ରାଫର ଗ୍ରେଡ-ସି ଓ ଡି ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୨୦୦୬ଟି ପଦ ପୂରଣ ହେବ । ଜୁଲାଇ ୨୬ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୧୭ରେ ଏହା ସମାପ୍ତ ହେବ । ପ୍ରାର୍ଥୀମାନେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଅନଲାଇନରେ ପେମେଣ୍ଟ କରିପାରିବେ । ଅଗଷ୍ଟ ୨୭ରୁ ୨୮ ତାରିଖ ମଧ୍ୟରେ ପ୍ରାର୍ଥୀମାନେ ସେମାନଙ୍କର ଆପ୍ଲିକେସନ ଫର୍ମ ଓ ପେମେଣ୍ଟ ସଂଶୋଧନ କରିପାରିବେ । ଆସନ୍ତା ଅକ୍ଟୋବର ଓ ନଭେମ୍ବର ମାସରେ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ଅନୁଷ୍ଠିତ ହେବ ।ଷ୍ଟେନୋଗ୍ରାଫର ଗ୍ରେଡ-ସି ପଦ ପାଇଁ ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୧୮ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ସେହିପରି ଗ୍ରେଡ-ଡି ପଦ ପାଇଁ ବୟସ ଯୋଗ୍ୟତା ୧୮ରୁ ୨୭ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ବୟସ ଯୋଗ୍ୟତା ୨୦୨୪ ମସିହା ଅଗଷ୍ଟ ୧ ତାରିଖ ସୁଦ୍ଧା ହିସାବକୁ ନିଆଯିବ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଅନ୍ୟ ପଛୁଆ ବର୍ଗ (ଓବିସି), ପିଡବ୍ଲ୍ୟୁଡି, ଏକ୍ସ-ସର୍ଭିସମେନଙ୍କ କ୍ଷେତ୍ରରେ ବୟସ କୋହଳ କରାଯିବ । ଏହି ପଦ ପାଇଁ ପ୍ରାର୍ଥୀ ଯୁକ୍ତଦୁଇ ପାସ୍ କରିବା ସହିତ ଷ୍ଟେନୋଗ୍ରାଫିରେ ଦକ୍ଷତା ରହିଥିବା ଆବଶ୍ୟକ ।
Trending
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
Prev Post
Next Post