ଏସଏସସି ପକ୍ଷରୁ ଷ୍ଟେନୋଗ୍ରାଫର ଗ୍ରେଡ-ସି ଓ ଡି ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୨୦୦୬ଟି ପଦ ପୂରଣ ହେବ । ଜୁଲାଇ ୨୬ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୧୭ରେ ଏହା ସମାପ୍ତ ହେବ । ପ୍ରାର୍ଥୀମାନେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଅନଲାଇନରେ ପେମେଣ୍ଟ କରିପାରିବେ । ଅଗଷ୍ଟ ୨୭ରୁ ୨୮ ତାରିଖ ମଧ୍ୟରେ ପ୍ରାର୍ଥୀମାନେ ସେମାନଙ୍କର ଆପ୍ଲିକେସନ ଫର୍ମ ଓ ପେମେଣ୍ଟ ସଂଶୋଧନ କରିପାରିବେ । ଆସନ୍ତା ଅକ୍ଟୋବର ଓ ନଭେମ୍ବର ମାସରେ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ଅନୁଷ୍ଠିତ ହେବ ।ଷ୍ଟେନୋଗ୍ରାଫର ଗ୍ରେଡ-ସି ପଦ ପାଇଁ ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୧୮ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ସେହିପରି ଗ୍ରେଡ-ଡି ପଦ ପାଇଁ ବୟସ ଯୋଗ୍ୟତା ୧୮ରୁ ୨୭ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ବୟସ ଯୋଗ୍ୟତା ୨୦୨୪ ମସିହା ଅଗଷ୍ଟ ୧ ତାରିଖ ସୁଦ୍ଧା ହିସାବକୁ ନିଆଯିବ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଅନ୍ୟ ପଛୁଆ ବର୍ଗ (ଓବିସି), ପିଡବ୍ଲ୍ୟୁଡି, ଏକ୍ସ-ସର୍ଭିସମେନଙ୍କ କ୍ଷେତ୍ରରେ ବୟସ କୋହଳ କରାଯିବ । ଏହି ପଦ ପାଇଁ ପ୍ରାର୍ଥୀ ଯୁକ୍ତଦୁଇ ପାସ୍ କରିବା ସହିତ ଷ୍ଟେନୋଗ୍ରାଫିରେ ଦକ୍ଷତା ରହିଥିବା ଆବଶ୍ୟକ ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post