ରାଜ୍ୟରେ ଲାଗୁ ହୋଇଛି ପ୍ରଧାନମନ୍ତ୍ରୀ ଶ୍ରୀ ସ୍କୁଲ । ପିଏମ ଶ୍ରୀ ସ୍କୁଲ ଏହି ବ୍ୟବସ୍ଥାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ୨ଟି ଲେଖାଏଁ ସ୍କୁଲ ଖୋଲାଯିବ । ଏ ନେଇ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ରାଜ୍ୟ ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷରିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତିର ପୂର୍ଣ୍ଣ ଭାବନାକୁ ନେଇ ଏହି ପିଏମ ଶ୍ରୀ ସ୍କୁଲ କାର୍ଯ୍ୟ କରିବ ଏବଂ ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ଅନ୍ୟ ସମସ୍ତ ବିଦ୍ୟାଳୟ ପାଇଁ ଏକ ଉଦାହରଣ ସାଜିବ ପିଏମ ଶ୍ରୀ ସ୍କୁଲ ।ଜାତୀୟ ଶିକ୍ଷାନୀତିର ପରାମର୍ଶ ଅନୁସାରେ ହେଇଥିବା ପାଠ୍ୟକ୍ରମ ଓ ପାଠପଢା ପଦ୍ଧତି ସହିତ ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତା ଇତ୍ୟାଦିକୁ ଏହା ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ । ପିଏମ ମୋଦୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାରେ ପିଏମ ଶ୍ରୀ ସ୍କୁଲ ବ୍ୟବସ୍ଥା ଲାଗୁ କରାଯିବ । ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳ ହିସାବରେ ରାଜ୍ୟରେ ପ୍ରାୟ ୮୦୦ଟି ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା କରାଯାଉଛି ।ଏହି ପିଏମ ଶ୍ରୀ ସ୍କୁଲ ଯୋଜନାକୁ ବେଶ୍ ପ୍ରାଧାନ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜାତୀୟ ଶିକ୍ଷାନୀତିର କଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ହୋଇପାରେ । ଏଥିରେ ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସରୁମ୍ ଏବଂ ଖେଳ ସହିତ ଅନ୍ୟାନ୍ୟ କାର୍ଯ୍ୟକୁ ମଧ୍ୟ ଗୁରୁତ୍ୱ ଦିଆଯିବ ।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Next Post