ଚଳିତ ବର୍ଷ ଶେଷସୁଦ୍ଧା ପାଖାପାଖି ୧ ଲକ୍ଷ ୩୦ ହଜାର ପଦ ଖାଲି ପଡ଼ିବ । ସେହି ପଦବୀଗୁଡ଼ିକରେ ନିଯୁକ୍ତି ଦେବା ଲାଗି ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡ଼ିଛି । ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ରାଜସ୍ୱ, ଗୃହ ଏବଂ ପଞ୍ଚାୟତିରାଜ ବିଭାଗରେ ଅଧିକ ସଂଖ୍ୟାରେ ପଦ ଖାଲି ପଡ଼ିଛି । ସାଧାରଣ ପ୍ରଶାସନ ବିଭାଗ ସୂଚନା ଅନୁସାରେ ଚଳିତ ବର୍ଷ ଜୁଲାଇ ମାସ ସୁଦ୍ଧା ବିଭିନ୍ନ ବିଭାଗରେ ପ୍ରାୟ ୧ ଲକ୍ଷ ୧୯ ହଜାର ପଦ ଖାଲି ପଡ଼ିଥିଲା । ସେଥିମଧ୍ୟରୁ ୫୦ ହଜାରରୁ ଅଧିକ ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।ତେବେ ୨୦ ହଜାର କନିଷ୍ଠଙ୍କ ଶିକ୍ଷକଙ୍କ ନିଯୁକ୍ତି ନେଇ ଗତ ମାସ ୧୧ ତାରିଖରେ ଓଡ଼ିଶା ବିଦ୍ୟାଳୟ ଓ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହାପରେ ସେପ୍ଟେମ୍ବର ୧୩ ତାରିଖରୁ ଅନଲାଇନରେ ଆବେଦନ ଆରମ୍ଭ ହୋଇଥିଲା । ତେବେ ଉକ୍ତ ଆବେଦନର ଅନ୍ତିମ ତାରିଖ ଆସନ୍ତା ୧୦ ପର୍ଯ୍ୟନ୍ତ ରହିଛି । ଓସେପା ଏହି ନିଯୁକ୍ତି ପ୍ରକ୍ରିୟା ପରିଚାଳନା କରିବ । ଏନେଇ ଗତ ଅଗଷ୍ଟ ମାସରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୁପାରିଶ କରାଯିବା ସହିତ ଗେଜେଟ୍ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଥିଲା । ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଏହି ନିଯୁକ୍ତି ପ୍ରକ୍ରିୟା ସମାପ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି । ନିଯୁକ୍ତି ସମ୍ପର୍କିତ ସମସ୍ତ ସୂଚନା ଓସେପା ୱେବସାଇଟରେ ଜାରି କରାଯିବ । ଅନଲାଇନ କମ୍ପ୍ୟୁଟର ବେସଡ ଟେଷ୍ଟ (ସିବିଡି) ମୋଡ଼ରେ ଏହି ନିଯୁକ୍ତି ପରୀକ୍ଷା କରାଯିବ ।ସେହିପରି ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସଏସସି) ତରଫରୁ ୨୭୫୩ଟି ଖାଲି ପଦ ପାଇଁ ଗତ ମେ ମାସରେ ଆବେଦନ ପ୍ରକ୍ରିୟା ସମାପ୍ତ ହୋଇଥିଲା । ତେବେ ଏହା ମଧ୍ୟରେ ଆୟୋଗ ପୁଣି ଥରେ ଉକ୍ତ ପଦ ପାଇଁ ଆବେଦନ ତାରିଖ ବୃଦ୍ଧି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀଙ୍କୁ ମଲ୍ଟି ପରପୋଜ ହେଲଥ ୱାର୍କର (ଏମପିଏଚଡବ୍ଲ୍ୟୁ) ମହିଳା ଷ୍ଟାଫ ନର୍ସ ପଦରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ବର୍ଷ ହୋଇଥିବା ବେଳେ ସର୍ବାଧିକ ବୟସ ୩୨ ବର୍ଷ ହୋଇଥିବା ଆବଶ୍ୟକ । ୨୦୨୨ ମସିହା ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ହିସାବକୁ ନିଆଯିବ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି) ଓ ମହିଳା ପ୍ରାର୍ଥୀଙ୍କ କ୍ଷେତ୍ରରେ ୫ ବର୍ଷର ବୟସ କୋହଳ କରାଯିବ ।
Trending
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
Prev Post
Next Post