ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଗତ ମାର୍ଚ୍ଚ ମାସରେ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ଏବେ ତାହାର ଆବେଦନ ପ୍ରକ୍ରିୟା ଜାରି ରହିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଡ୍ରଗ-ଦେ-ଆଡିକସନ ସେଣ୍ଟର୍ସ (ଡିଏସି) ପାଇଁ ଷ୍ଟେଟ ସର୍ଭିସର ‘ଗ୍ରୁପ-ବି’ରେ ଏହି ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ଓପିଏସସିର ଅଫିସିଆଲ ୱେବସାଇଟକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଏପ୍ରିଲ ମାସ ୪ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ଆଜି ହେଉଛି ଆବେଦନର ଅନ୍ତିମ ତାରିଖ । ଅଣସଂରକ୍ଷିତ, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ପ୍ରାର୍ଥୀଙ୍କ ପାଇଁ ପଦ ଖାଲି ରହିଛି । ମୋଟ ୧୩ଟି ପଦ ଖାଲି ରହିଥିବା ବେଳେ ସେଥିମଧ୍ୟରୁ ୨ଟି ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି ।ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ଏଥିରେ ଆବେଦନ କରିବାକୁ ହେଲେ ପ୍ରାର୍ଥୀ ସୋସିଆଲ ୱାର୍କରେ ପୋଷ୍ଟ-ଗ୍ରାଜୁଏଟ ଡିଗ୍ରୀ କରିଥିବେ ଓ ସାଇକିୟାଟ୍ରିକ ସୋସିଆଲ ୱାର୍କରେ ମାଷ୍ଟର ଅଫ୍ ଫିଲୋସଫି କରିଥିବେ । ଦୁଇ ବର୍ଷିଆ ଫୁଲ୍ ଟାଇମ୍ କୋର୍ସ ସମାପ୍ତ ପରେ ଏହି ଶିକ୍ଷା ଗ୍ରହଣ କରିଥିବା ଆବଶ୍ୟକ । ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ସ୍ୱୀକୃତିପ୍ରାପ୍ତ କୌଣସି ବିଶ୍ୱବିଦ୍ୟାଳୟରୁ ସୁପରଭାଇଜ୍ କ୍ଲିନିକାଲ ଟ୍ରେନିଂ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ରହିଥିବା ଆବଶ୍ୟକ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post