ଓଡ଼ିଶା ପାୱର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ୭ ଦିନ ଭିତରେ ଆବେଦନ କରିବାକୁ ପଡ଼ିବ । କ୍ରେଚେ ସୁପରଭାଇଜର ଓ କ୍ରେଚେ ଆସିଣ୍ଟାଣ୍ଟ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।କ୍ରେଚେ ସୁପରଭାଇଜର ପଦ ପାଇଁ ପ୍ରାର୍ଥୀ ସ୍ନାତକ ପାସ୍ କରିଥିବା ଆବଶ୍ୟକ । ଏଥିସହିତ ପ୍ରାର୍ଥୀଙ୍କର କ୍ରେଚେ ପରିଚାଳନା କ୍ଷେତ୍ରରେ ୩-୫ ବର୍ଷର ଅଭିଜ୍ଞତା ରହିଥିବା ଆବଶ୍ୟକ । ପ୍ରାର୍ଥୀଙ୍କୁ ମାସିକ ୨୫ ହଜାର ଟଙ୍କା ବେତନ ପ୍ରଦାନ କରାଯିବ । ପ୍ରାର୍ଥୀଙ୍କୁ ଅନ୍ୟ କୌଣସି ଭତ୍ତା ପ୍ରଦାନ କରାଯିବ ନାହିଁ । ସେହିପରି କ୍ରେଚେ ଆସିଷ୍ଟାଣ୍ଟ ପଦ ପାଇଁ ପ୍ରାର୍ଥୀ ଯୁକ୍ତ ଦୁଇ ପାସ କରିବା ସହିତ ଶିଶୁ ଯତ୍ନ, ନର୍ସିଂ ବା ନ୍ୟୁଟ୍ରିସନ କ୍ଷେତ୍ରରେ ଅତିରିକ୍ତ ଯୋଗ୍ୟତା ରହିଥିବା ଆବଶ୍ୟକ । ପ୍ରାର୍ଥୀଙ୍କର କ୍ରେଚେ କ୍ଷେତ୍ରରେ ୧-୨ ବର୍ଷର ଅଭିଜ୍ଞତା ରହିଥିବା ଜରୁରୀ । କେବଳ ଶର୍ଟଲିଷ୍ଟେଡ ପ୍ରାର୍ଥୀଙ୍କୁ ସାକ୍ଷାତକାର ପାଇଁ ଡକାଯିବ । ସାକ୍ଷାତକାର ପାଇଁ ପ୍ରାର୍ଥୀଙ୍କୁ କୌଣସି ଟିଏ/ ଡିଏ ପ୍ରଦାନ କରାଯିବ ନାହିଁ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post