ଅନେକ ସମୟରେ ଗୋଟିଏ ଦିନରେ ଦୁଇଟି ପରୀକ୍ଷା ନେଇ ଘୋଷଣା କରାଯାଇଥାଏ । ଫଳରେ ଛାତ୍ରଛାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଏପରିକି କିଛି ପ୍ରାର୍ଥୀ କେଉଁ ପରୀକ୍ଷା ଦେବେ ଓ କେଉଁ ପରୀକ୍ଷା ଦେବେନି ସେନେଇ ଚିନ୍ତାରେ ପଡ଼ିଯାଇଥାନ୍ତି । ସଂଘୀୟ ଲୋକସେବା ଆୟୋଗ (ୟୁପିଏସସି) ଓ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ପରୀକ୍ଷା ସମାନ ଦିନରେ ପଡ଼ିବା କାରଣରୁ ଅନେକ ସମୟରେ ଏହି ପରୀକ୍ଷା ତାରିଖ ଘୁଞ୍ଚାଇବା ନିଷ୍ପତ୍ତି ନିଆଯାଇଥିଲା ।ତେବେ ଏହା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଜୁନ ୨୩ରେ ହେବାକୁ ଯାଉଛି ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର (ଇଗ୍ନୋ)ର ଜର୍ଣ୍ଣାଲିଜିମ ପାଠ୍ୟକ୍ରମ ସମେତ କିଛି ବିଷୟର ପରୀକ୍ଷା । ଜୁନ ୧୮ରେ ହେବାକୁ ଥିବା ବିଷୟଗୁଡ଼ିକର ପରୀକ୍ଷା ୨୩ରେ ହେବା ନେଇ ଇଗ୍ନୋ ପକ୍ଷରୁ ସୂଚନା ଜାରି କରାଯାଇଛି । ତେବେ ଜୁନ୍ ୨୩ରେ ହେବାକୁ ଯାଉଛି । ଓଏସଏସସିର ମିଳିତ ସ୍ନାତକ ସ୍ତରୀୟ ପରୀକ୍ଷା-୨୦୨୩ର ପ୍ରିଲିମିନାରୀ ପରୀକ୍ଷା ।ତେଣୁ ସମାନ ଦିନରେ ଛାତ୍ରଛାତ୍ରୀମାନେ କିପରି ପରୀକ୍ଷା ଦେବେ ସେନେଇ ଏବେ ସେମାନେ ଦ୍ୱନ୍ଦ୍ୱରେ ପଡ଼ିଯାଇଛନ୍ତି । ସାଧାରଣ ଭାବେ ବଡ଼ ବଡ଼ ପଦ ପାଇଁ ପରୀକ୍ଷା ହେଉଥିବା ବେଳେ ଅନେକ ଚର୍ଚ୍ଚା, ଦାବି ହୋଇଥାଏ । ମାତ୍ର ଇଗ୍ନୋରେ ଡିଷ୍ଟାନ୍ନ ମୋଡ଼ରେ ପ୍ରାର୍ଥୀମାନେ ଅଧ୍ୟୟନ କରୁଥିବାରୁ ଏହା ଉପରେ କାହାର ନଜର ନାହିଁ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post