ପରୀକ୍ଷା ଋତୁ ଚାଲିଥିବା ବେଳେ ବିଭିନ୍ନ ରାଜ୍ୟ ସରକାରଙ୍କ ତରଫରୁ ବୋର୍ଡ ପରୀକ୍ଷା ଚାଲିଛି । ତେବେ ଏହା ମଧ୍ୟରେ ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଏକ ନୂଆ ନିୟମ । ବୋର୍ଡ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ପରୀକ୍ଷା ହଲକୁ ନିଜ ଆନସର ଶିଟ୍ ନେଇ ଯିବେ । ୫ମ, ଅଷ୍ଟମ ଓ ୯ମ ଶ୍ରେଣୀ ପିଲାମାନେ ନିଜ ଆନସର ଶିଟ୍ ନେଇ ବୋର୍ଡ ପରୀକ୍ଷା ଦେବାକୁ ଯିବେ ବୋଲି କୁହାଯାଇଛି ।ସୂଚନା ମୁତାବକ, କର୍ଣ୍ଣାଟକ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ (ଡିଏସଇଏଲ) ପକ୍ଷରୁ ଏନେଇ ଏକ ବଡ଼ ଘୋଷଣା କରାଯାଇଛି । କର୍ଣ୍ଣାଟକ ରାଜ୍ୟ ପରୀକ୍ଷା ଓ ଆସେସମେଣ୍ଟ ବୋର୍ଡ (କେଏସଇଏବି) ପକ୍ଷରୁ ମାର୍ଚ୍ଚ ୧୧ରୁ ୧୮ ପର୍ଯ୍ୟନ୍ତ ପରୀକ୍ଷା ଆରମ୍ଭ ହେବ । ଗତ ୨୦୨୨-୨୩ ଶିକ୍ଷା ବର୍ଷରେ ଛାତ୍ରଛାତ୍ରୀଙ୍କୁ ଡିଏସଇଏଲ ପକ୍ଷରୁ ମାଗଣାରେ ଆନସର ବୁକଲେଟ୍ ପ୍ରଦାନ କରାଯାଇଥିଲା । ମାତ୍ର ଚଳିତ ବର୍ଷ ଛାତ୍ରଛାତ୍ରୀଙ୍କୁ କେବଳ ପ୍ରଶ୍ନପତ୍ର ଓ ଗୋଟିଏ ଛାତ୍ରଛାତ୍ରୀଙ୍କ ସୂଚନା ପାଇଁ ଗୋଟିଏ ଶିଟ୍ ପ୍ରଦାନ ନେଇ ନିଷ୍ପତ୍ତି ନିଆଯାଇଛି । ଏକ ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଏହି ନୂଆ ବାବଦରେ ଅବଗତ କରାଯାଇଛି ।
Trending
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
- ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା
- ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
Prev Post
Next Post