ଜୁନ ୨୩ରେ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବା ନେଇ ଗତ ମାସ ୨୪ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ ଓଜେଏସ୍ ପ୍ରିଲିମ୍ସ ପରୀକ୍ଷା ରିଶିଡ୍ୟୁଲ ହେବା ସହିତ ନୂଆ ତାରିଖ ଘୋଷଣା କରାଯାଇଛି । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ଓପିଏସସି ପକ୍ଷରୁ ଜାରି ହୋଇଥିବା ସଦ୍ୟ ନୋଟିସ୍ ମୁତାବକ, ଜୁନ୍ ୨୩ ବଦଳରେ ଜୁନ ୨୨ ତାରିଖ (ଶନିବାର) ଦିନ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବ । ପୂର୍ବରୁ ସକାଳ ୧୦ଟାରୁ ୧୧.୩୦ ସମୟ ଧାର୍ଯ୍ୟ ହୋଇଥିବା ବେଳେ ଏବେ ତାହା ପରିବର୍ତ୍ତନ କରାଯାଇ ଅପରାହ୍ଣ ୩ଟାରୁ ୪.୩୦ ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି । ପିଡବ୍ଲ୍ୟୁଡି ପ୍ରାର୍ଥୀମାନେ ୩ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଦେଇ ପାରିବେ । ସେଣ୍ଟର ଲିଷ୍ଟ ଓ ପ୍ରାର୍ଥୀଙ୍କ ରୋଲ ନମ୍ବର ଲିଷ୍ଟ ପରେ ଜାରି କରାଯିବ । ପ୍ରାର୍ଥୀମାନେ ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post