ଜୁନ ୨୩ରେ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବା ନେଇ ଗତ ମାସ ୨୪ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ ଓଜେଏସ୍ ପ୍ରିଲିମ୍ସ ପରୀକ୍ଷା ରିଶିଡ୍ୟୁଲ ହେବା ସହିତ ନୂଆ ତାରିଖ ଘୋଷଣା କରାଯାଇଛି । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ଓପିଏସସି ପକ୍ଷରୁ ଜାରି ହୋଇଥିବା ସଦ୍ୟ ନୋଟିସ୍ ମୁତାବକ, ଜୁନ୍ ୨୩ ବଦଳରେ ଜୁନ ୨୨ ତାରିଖ (ଶନିବାର) ଦିନ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବ । ପୂର୍ବରୁ ସକାଳ ୧୦ଟାରୁ ୧୧.୩୦ ସମୟ ଧାର୍ଯ୍ୟ ହୋଇଥିବା ବେଳେ ଏବେ ତାହା ପରିବର୍ତ୍ତନ କରାଯାଇ ଅପରାହ୍ଣ ୩ଟାରୁ ୪.୩୦ ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି । ପିଡବ୍ଲ୍ୟୁଡି ପ୍ରାର୍ଥୀମାନେ ୩ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଦେଇ ପାରିବେ । ସେଣ୍ଟର ଲିଷ୍ଟ ଓ ପ୍ରାର୍ଥୀଙ୍କ ରୋଲ ନମ୍ବର ଲିଷ୍ଟ ପରେ ଜାରି କରାଯିବ । ପ୍ରାର୍ଥୀମାନେ ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ମୋଟ ୨୪ଟି ସିଭିଲ ଜଜ୍ (ଜୁନିୟର ଡିଭିଜନ) ପଦ ପୂରଣ ପାଇଁ ପୂର୍ବରୁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଗତ ମାର୍ଚ୍ଚ ୨୦ରୁ ଏପ୍ରିଲ ୨୦ ପର୍ଯ୍ୟନ୍ତ ଏନେଇ ଆବେଦନ ଚାଲିଥିଲା । ପ୍ରିଲିମିନାରୀ ଲିଖିତ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଓ ସାକ୍ଷାତକାର ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ରାଜ୍ୟର ୫ଟି ଜୋନାଲ କେନ୍ଦ୍ରରେ ପ୍ରିଲିମ୍ ଓ ମେନ୍ ପରୀକ୍ଷା ଅନୁଷ୍ଠିତ ହେବାର ସମ୍ଭାବନା ରହିଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post