ଜୁନ ୨୩ରେ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବା ନେଇ ଗତ ମାସ ୨୪ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ ଓଜେଏସ୍ ପ୍ରିଲିମ୍ସ ପରୀକ୍ଷା ରିଶିଡ୍ୟୁଲ ହେବା ସହିତ ନୂଆ ତାରିଖ ଘୋଷଣା କରାଯାଇଛି । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ଓପିଏସସି ପକ୍ଷରୁ ଜାରି ହୋଇଥିବା ସଦ୍ୟ ନୋଟିସ୍ ମୁତାବକ, ଜୁନ୍ ୨୩ ବଦଳରେ ଜୁନ ୨୨ ତାରିଖ (ଶନିବାର) ଦିନ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବ । ପୂର୍ବରୁ ସକାଳ ୧୦ଟାରୁ ୧୧.୩୦ ସମୟ ଧାର୍ଯ୍ୟ ହୋଇଥିବା ବେଳେ ଏବେ ତାହା ପରିବର୍ତ୍ତନ କରାଯାଇ ଅପରାହ୍ଣ ୩ଟାରୁ ୪.୩୦ ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି । ପିଡବ୍ଲ୍ୟୁଡି ପ୍ରାର୍ଥୀମାନେ ୩ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଦେଇ ପାରିବେ । ସେଣ୍ଟର ଲିଷ୍ଟ ଓ ପ୍ରାର୍ଥୀଙ୍କ ରୋଲ ନମ୍ବର ଲିଷ୍ଟ ପରେ ଜାରି କରାଯିବ । ପ୍ରାର୍ଥୀମାନେ ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post