ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଦ୍ୱାରା ପରିଚାଳିତ ହେଉଥିବା ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର ପଦର ପ୍ରିଲିମିନାରୀ ପରୀକ୍ଷାକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଜୁଲାଇ ମାସ ୭ ତାରିଖରେ ଏଟିଓ ପ୍ରିଲିମିନାରୀ ପରୀକ୍ଷା ହେବା ନେଇ ପୂର୍ବରୁ ଓଏସଏସସି ପକ୍ଷରୁ ଦିନ ଧାର୍ଯ୍ୟ ହୋଇଥିଲା । ମାତ୍ର ପରବର୍ତ୍ତୀ ସମୟରେ ନୂଆ ତାରିଖ ଘୋଷଣା କରାଯାଇ ଜୁଲାଇ ୧୪ରେ ପ୍ରିଲିମ୍ସ ହେବା ନେଇ ନିଷ୍ପତ୍ତି ନିଆଯାଇଥିଲା । ପ୍ରିଲିମ୍ସକୁ ନେଇ ଓଏସଏସସି ପକ୍ଷରୁ ପରୀକ୍ଷା ପ୍ରୋଗ୍ରାମ ଜାରି କରାଯାଇଛି ।ପ୍ରାର୍ଥୀମାନେ ଜୁଲାଇ ମାସ ୯ ତାରିଖ ପରଠାରୁ ସେମାନଙ୍କର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଗୋଟିଏ ଶିଟିରେ ପରୀକ୍ଷା ହେବ । ମୋଟ ୧୫୦ ମାର୍କର ପରୀକ୍ଷା କରାଯିବ । ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ମାସରେ ୨୫୦ଟି ଏଟିଓ ପଦ ପୂରଣ ପାଇଁ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା । ଏନଟିସି / ଏନଏସି ଧାରୀଙ୍କ ପାଇଁ ୧୨୫ଟି ଓ ଡିପ୍ଲୋମା / ଡିଗ୍ରୀ ଧାରୀଙ୍କ ପାଇଁ ୧୨୫ଟି ପଦ ଖାଲି ରହିଥିଲା । ପ୍ରଥମ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଏନଟିସି / ଏନଏସି/ ଆଇଟିଆଇ ପାସ ୍ଓ ଦ୍ୱିତୀୟ ପଦ ପାଇଁ ପ୍ରାର୍ଥୀ ସର୍ବଭାରତୀୟ ବୈଷିୟକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ସ୍ୱୀକୃତିପ୍ରାପ୍ତ ଶିକ୍ଷାନୁଷ୍ଠାନ / ବୋର୍ଡ/ ୟୁନିଭରସିଟିରୁ ଡିପ୍ଲୋମା / ବି.ଇ/ ବି.ଟେକ ପାସ୍ ରହିଥିଲା । ଏପ୍ରିଲ ୧୪ରୁ ମେ ୧୫ ମଧ୍ୟରେ ଅନଲାଇନ୍ ପଞ୍ଜିକରଣ କରାଯାଇଥିଲା ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Prev Post
Next Post