ରାଜ୍ୟର ବିଭିନ୍ନ କଲେଜରେ ଖାଲିଥିବା ସିଟରେ ତୃତୀୟ ପର୍ଯ୍ୟାୟ +୨ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଆବେଦନ ପ୍ରକ୍ରିୟା ଅକ୍ଟୋବର ୪ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୮ ତାରିଖରେ ଆବେଦନ ଶେଷ ହେବ ।ସୂଚନା ଅନୁଯାୟୀ, ୧୧ ତାରିଖରେ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବାକୁ ଥିବା ବେଳେ ୧୩ ଓ ୧୪ ତାରିଖରେ ଶିକ୍ଷାନୁଷ୍ଠାନ ସ୍ତରରେ ପିଲାଙ୍କ ନାମଲେଖା ଅନୁଷ୍ଠିତ ହେବ । ସେହିପରି ଅକ୍ଟୋବର ୧୭ରେ ୱେଟିଂ ତାଲିକାରେ ଥିବା ପିଲାଙ୍କ ନାମଲେଖା ପାଇଁ ପଞ୍ଜୀକରଣ କରାଯିବାକୁ ଥିବା ବେଳେ ୧୯ ତାରିଖ ସୁ୍ଦ୍ଧା ନାମଲେଖା ପ୍ରକ୍ରିୟା ଶେଷ ହେବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post