ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦ୍ୱାଦଶ ଏବଂ ସ୍ନାତକ ଉତ୍ତୀର୍ଣ୍ଣ କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ସହାୟତା ଯୋଜନାର ଘୋଷଣା କରିଛନ୍ତି । ମହାରାଷ୍ଟ୍ରରେ ବଢ଼ୁଥିବା ବେକାରୀ ସମସ୍ୟାକୁ ନେଇ ବିରୋଧିମେଣ୍ଟ ବାରମ୍ବାର ସରକାରଙ୍କୁ ଘେରୁଥିବା ବେଳେ ଏହି ପ୍ରସଙ୍ଗକୁ ଦର୍ବଳ କରିବାକୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।ଶିକ୍ଷା ଏବଂ ପ୍ରାରମ୍ଭିକ କ୍ୟାରିୟର ବିକାଶ ସହ ଜଡ଼ିତ ବୋଝକୁ ହ୍ରାସ କରିବା ଉଦ୍ଦେଶ୍ୟରେ ସରକାର ‘ଲାଡଲା ଭାଇ ଯୋଜନା’ ଘୋଷଣା କରିଛନ୍ତି । ବିଭିନ୍ନ ସ୍ତରର ଯୁବଗୋଷ୍ଠୀଙ୍କୁ ଆର୍ଥିକ ଚ୍ୟାଲେଞ୍ଜ୍ର ମୁକାବିଲା କରିବା ପାଇଁ ଏହା ଏକ ପ୍ରୟାସ ଭାବରେ ଦେଖାଯାଉଛି । ଏହା ଦ୍ୱାରା ଛାତ୍ରଛାତ୍ରୀ ନିଜ ପାଠ ପଢ଼ା ବ୍ୟତୀତ କ୍ୟାରିୟର ବିକାଶ ଉପରେ ମଧ୍ୟ ଫୋକସ୍ କରିପାରିବେ । ‘ଲାଡଲା ଭାଇ ଯୋଜନା’ ଅନ୍ତର୍ଗତ ଦ୍ୱାଦଶ ଉତ୍ତୀର୍ଣ୍ଣ କରିଥିବା ଛାତ୍ରଛାତ୍ରୀଙ୍କୁ ମାସିକ ୬ ହଜାର ଟଙ୍କା, ଡିପ୍ଲୋମାଧାରୀଙ୍କୁ ମାସିକ ୮ ହଜାର ଟଙ୍କା ଏବଂ ସ୍ନାତକ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କୁ ମାସିକ ୧୦ ହଜାର ଟଙ୍କା ପ୍ରଦାନ କରାଯିବ ।
Trending
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
Prev Post
Next Post