ନାଲକୋ ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ଆସନ୍ତା ୪ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଓ ତାହା ଏପ୍ରିଲ ମାସ ୨ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ନାଲକୋର ଅଫିସିଆଲ ୱେବସାଇଟକୁ ଯାଇ ଏ ବାବଦରେ ସବିଶେଷ ତଥ୍ୟ ପାଇ ପାରିବେ । ଏହି ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ ତଥ୍ୟ ଜାଣିବା ପାଇଁ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କ ପରିଦର୍ଶନ କରିପାରିବେ ।ଗ୍ରାଜୁଏଟ ଇଞ୍ଜିନିୟର ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ମେକାନିକାଲ, ଇଲେକ୍ଟ୍ରିକାଲ, ଇନଷ୍ଟ୍ରୁମେଣ୍ଟସନ, ମେଟାଲର୍ଜି, କେମିକାଲ, କେମିଷ୍ଟ୍ରି ଆଦି ବିଭାଗରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ମୋଟ ୨୭୭ଟି ପଦ ଖାଲି ରହିଥିବା ବେଳେ ଅଣସଂରକ୍ଷିତ, ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ), ଅନ୍ୟ ପଛୁଆ ବର୍ଗ (ଓବିସି) (ଏନସିଏଲ), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ପିଡବ୍ଲ୍ୟୁବିଡି ଆଦି ବର୍ଗର ପ୍ରାର୍ଥୀଙ୍କ ପାଇଁ ପଦ ସଂରକ୍ଷିତ ରହିଛି ।ପ୍ରାର୍ଥୀ ଇଞ୍ଜିନିୟରିଂ କିମ୍ବା ଟେକ୍ନୋଲୋଜିରେ ୪ ବର୍ଷିଆ ଫୁଲ ଟାଇମ୍ ବ୍ୟାଚେଲର ଡିଗ୍ରୀ କରିବା ସହିତ ୬୫ ପ୍ରତିଶତ ମାର୍କ ରଖିଥିବେ । ବିଭିନ୍ନ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଅଲଗା ଅଲଗା ରହିଛି । ସେ ବାବଦରେ ବିଜ୍ଞାପନରେ ଡିଟେଲ୍ସ ଦିଆଯାଇଛି । ସମସ୍ତ ଶିକ୍ଷାଗତ ଯୋଗ୍ୟତା ସରକାରୀ ୟୁନିଭରସିଟି / ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ସ୍ୱୀକୃତିପ୍ରାପ୍ତ ୟୁନିଭରସିଟି / ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ସ୍ୱୀକୃତିପ୍ରାପ୍ତ ହୋଇଥିବା ଆବଶ୍ୟକ । ପ୍ରାର୍ଥୀଙ୍କ ମାସିକ ବେତନ ୪୦ ହଜାର ଉପରେ ରହିବ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ଅଣସଂରକ୍ଷିତ, ଓବିସି ଓ ଇଡବ୍ଲ୍ୟୁଏସ ପ୍ରାର୍ଥୀଙ୍କୁ ୫୦୦ ଟଙ୍କା ଆବେଦନ ଫିସ୍ ଜମା କରିବାକୁ ପଡ଼ିବ ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ