ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟତ୍ରୀ ଏହି ଆଇରନ୍ ଓ ଫଲିକ୍ ଏସିଡ୍ ବଟିକା ବଣ୍ଟନ କରିବେ । ଏହା ବିଦ୍ୟାଳୟ ଖୋଲିବା ପୂର୍ବରୁ ବଣ୍ଟନ କରିବା ଲାଗି ଲକ୍ଷ୍ୟ ରଖାଯାଇଛି । ରାଜ୍ୟକୁ ଆନେମିଆ ଅର୍ଥାତ ରକ୍ତହୀନତାରୁ ମୁକ୍ତ କରିବା ପାଇଁ ଏହି ଅଭିଯାନ କର୍ଯ୍ୟକ୍ରମ ଜାରି ରହିଛି ।ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲମାନଙ୍କରେ ଏହା ବଣ୍ଟନ କରାଯିବ । ତେବେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ପାଇଁ ଆଇଏଫଏ ଗୋଲାପୀ ରଙ୍ଗର ବଟିକା ଦିଆଯିବା ବେଳେ ଷଷ୍ଠ ରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଆଇଏଫଏ ନୀଳ ବଟିକା ଦିଆଯିବ । ଏହା ଅଭିଭାବକମାନଙ୍କର ଉପସ୍ଥିତିରେ ଏକ୍ସପାରୀ ଡେଟ ତଦାରଖ କରି ପ୍ରଦାନ କରାଯିବ।ଆଇଏଫଏ ବଟିକାକୁ ଖରାଛୁଟିର ପ୍ରତି ସୋମବାର ଦିନ ପ୍ରଦାନ କରାଯିବ । ଏହାକୁ ପିଲାମାନେ ଖରାବେଳେ ଖାଦ୍ୟ ସାରିବା ପରେ କିମ୍ବା ରାତିରେ ଖାଦ୍ୟ ପରେ ଏହି ବଟିକା ଖାଇବେ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Next Post