କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ୨୦୨୪-୨୫ ଶିକ୍ଷାବର୍ଷ ଠାରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦୁଇଥର ଆୟୋଜିତ ହେବ । ତେବେ ଏହି ପରୀକ୍ଷା ବାଧ୍ୟତାମୂଳକ ହେବ ନାହିଁ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି ।ଚଳିତ ବର୍ଷ ନଭେମ୍ବର-ଡିସେମ୍ବର ମାସରେ ଗୋଟିଏ ବୋର୍ଡ ପରୀକ୍ଷା ଓ ଆସନ୍ତା ବର୍ଷ ଫେବୃଆରୀ-ମାର୍ଚ୍ଚ ମାସରେ ଆଉ ଗୋଟିଏ ବୋର୍ଡ ପରୀକ୍ଷା ହେବ । ଏଭଳି ଭାବେ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଆୟୋଜନ କରାଯିବ । ଏହି ଦୁଇଟି ପରୀକ୍ଷାର ଶ୍ରେଷ୍ଠ ମାର୍କକୁ ଫଳାଫଳ ପାଇଁ ବିଚାରକୁ ନିଆଯିବ । ତଦନୁସାରେ ଛାତ୍ରଛାତ୍ରୀଙ୍କର ମେଧା ତାଲିକା ମଧ୍ୟ ପ୍ରକାଶ କରାଯିବ । ଗତ ୨୦୨୧ ମସିହାରେ କୋଭିଡ-୧୯ କାରଣରୁ ସିବିଏସଇ ପକ୍ଷରୁ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା କରାଇଥିଲେ ହେଁ ତାହା ୨୦୨୪-୨୫ ପରୀକ୍ଷା ପରିପ୍ରେକ୍ଷୀରେ ଗ୍ରହଣୀୟ ହେବ ନାହିଁ ବୋଲି କୁହାଯାଇଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି