ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ହେବ ୱାଇଫାଇଯୁକ୍ତ ଅର୍ଥାତ୍ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇ ଫାଇ ସୁବିଧା । ଉଚ୍ଚଶିକ୍ଷା ବିଭାଗ ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସୁବିଧା ଲାଗି ଏହି ନିଷ୍ପତ୍ତି ନେଇଛି ।ମାଗଣା ଇଣ୍ଟରନେଟ୍ ବ୍ୟବସ୍ଥା ଦ୍ୱାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ଅଧିକ ସୁବିଧା ହେବ । କାରଣ ଆଜିକାଲି ଅଧିକାଂଶ ପାଠ୍ୟପୁସ୍ତକ ଅନଲାଇନରେ ମିଳୁଛି । ଶୈକ୍ଷିକ ବାତାବରଣରେ ଉନ୍ନତି ଆଣିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ଏହି କ୍ରମରେ କ୍ୟାମ୍ପସରେ ୱାଇଫାଇ ନେଟୱାର୍କ ଲଗାଇବାକୁ କେତେ ଖର୍ଚ୍ଚ ହେବ ତାହାର ଅଟକଳ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳସଚିବମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post