ତିନିଦିନିଆ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୟୁଏଇର ବୈଦେଶିକ ବ୍ୟାପାର ମନ୍ତ୍ରୀ, ଶିକ୍ଷା ରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିବା ସହ ଆବୁଧାବୀର ଗ୍ଲୋବାଲ ଟେକ୍ ଇକୋସିଷ୍ଟମ୍ ହବ୍ ୭୧ ପରିଦର୍ଶନ କରିଛନ୍ତି । ୟୁଏଇ ମନ୍ତ୍ରୀଙ୍କ ସହ ହୋଇଥିବା ବୈଠକରେ ଭାରତ ଓ ୟୁଏଇ ଦ୍ୱିପାକ୍ଷିକ ସମ୍ପର୍କର ଶିକ୍ଷାକୁ ଶକ୍ତିଶାଳୀ ସ୍ତମ୍ଭ ଭାବରେ ପ୍ରତିଷ୍ଠା କରିବା ପାଇଁ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀ ପ୍ରଧାନ ।କେନ୍ଦ୍ରମନ୍ତ୍ରୀ ୟୁଏଇର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶେଖ୍ ଅବଦୁଲ୍ଲା ବିନ୍ ଜାୟେଦଙ୍କ ସହ ଭାରତ ଓ ୟୁଏଇ ମଧ୍ୟରେ ବହୁମୁଖୀ ସହଭାଗୀତାକୁ ଅଧିକ ଶକ୍ତିଶାଳୀ କରିବା ସହ ଭାଗିଦାରୀକୁ ଆଗେଇ ନେବା ଉପରେ ଆଲୋଚନା କରିଥିଲେ । ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ସହ ୟୁଏଇରେ ରହୁଥିବା ଭାରତୀୟଙ୍କୁ ସହଯୋଗ ପ୍ରଦାନ କରୁଥିବାରୁ କେନ୍ଦ୍ରମନ୍ତ୍ରୀ ଧନ୍ୟବାଦ ଦେଇଥିଲେ ।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post