ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତଦୁଇ ରେଜଲ୍ଟ । ସେହିଦିନ ଅପରାହ୍ଣ ସମୟରେ ଫଳାଫଳ ପ୍ରକାଶ କରାଯିବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ । ଏକ ସମୟରେ ସମସ୍ତ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା । ରେଜଲ୍ଟ ବାବଦରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ଏ ବାବଦରେ ସୂଚନା ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ମେ ୧୫ ତାରିଖ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ପୂର୍ବରୁ ଯୋଜନା କରାଯାଇଥିଲେ ହେଁ ତାହା ସଫଳ ହୋଇ ପାରି ନଥିଲା । ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁନ୍ ମାସ ପୂର୍ବରୁ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଉଥିବା କୁହାଯାଇଥିଲା । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ଉତ୍ତରଖାତା ମୂଲ୍ୟାୟନରେ ବିଳମ୍ବ ହେବା ସହ ସାଧାରଣ ନିର୍ବାଚନ ପାଇଁ ପରୀକ୍ଷା ଫଳାଫଳ ପ୍ରସ୍ତୁତି ପ୍ରଭାବିତ ହୋଇଥିବା ପରିଷଦର ଜଣେ ଅଧିକାରୀ ସୂଚନା ଦେଇଥିଲେ ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ