ଭାରତୀୟ ରେଳ ବିଭାଗ ବିଭାଗ ପକ୍ଷର ୫ ହଜାରରୁ ଅଧିକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଆସିଷ୍ଟାଣ୍ଟ ଲୋକୋ ପାଇଲଟ (ଏଏସପି) ପଦରେ ନିଯୁକ୍ତି ଦିଆଯିବ । ଦେଶର ବିଭିନ୍ନ ରେଲୱେ ଭର୍ତ୍ତି ବୋର୍ଡ (ଆରଆରବି) ମାନଙ୍କରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଜାନୁଆରୀ ମାସ ୨୦ ତାରିଖରୁ ଅନଲାଇନ୍ ଆବେଦନ ଓ ପେମେଣ୍ଟ ଜମା ପ୍ରକ୍ରିୟା ଆରମ୍ଭ ହୋଇ ଫେବୃଆରୀ ମାସ ୧୯ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀଙ୍କର ବୟସ ୨୧ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଚଳିତ ବର୍ଷ ଜୁଲାଇ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ହିସାବକୁ ନିଆଯିବ । ଭୁବନେଶ୍ୱର ଆରଆରବି ଜୋନ ପାଇଁ ୨୮୦ଟି ପଦ ଖାଲି ରହିଛି । ତେଣୁ ଓଡ଼ିଶାର ପ୍ରାର୍ଥୀଙ୍କ ପାଇଁ ଏହା ଏକ ବଡ଼ ସୁଯୋଗ ।ପ୍ରାର୍ଥୀଙ୍କୁ କେବଳ ଅନଲାଇନ୍ ଜରିଆରେ ଆବେଦନ କରିବାକୁ ପଡ଼ିବ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଏକ୍ସ-ସର୍ଭିସମେନ, ମହିଳା, ତୃତୀୟଲିଙ୍ଗୀ, ସଂଖ୍ୟାଲଘୁ ଓ ଆର୍ଥିକ ପଛୁଆ ଶ୍ରେଣୀ (ଇବିସି) ପ୍ରାର୍ଥୀଙ୍କ କ୍ଷେତ୍ରରେ ଆବେଦନ ଫିସ୍ ୨୫୦ ଟଙ୍କା ରହିଥିବା ବେଳେ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କ ପାଇଁ ୫୦୦ ଟଙ୍କା ରହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post