ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟ ସରକାର ଏକ ନୂଆ ପଦକ୍ଷେପ ନେବାକୁ ଯୋଜନା କରୁଛନ୍ତି । ଶିକ୍ଷକଙ୍କୁ ତାଲିମ୍ ପ୍ରଦାନ ଲକ୍ଷ୍ୟ ନେଇ ରାଜ୍ୟ ସରକାର ୯୬ ହଜାର ଟାବଲେଟ୍ କିଣିବେ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମୁତାବକ, ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି । ଏନେଇ ବିଭାଗୀୟ ସଚିବଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଏକ ପ୍ରସ୍ତାବ ଦିଆଯାଇଛି । ଯୋଜନା ଓ ସଂଯୋଜନା ବିଭାଗ ଏହି ପ୍ରସ୍ତାବକୁ ଅନୁମୋଦନ ଦେଇସାରିଥିବା ବେଳେ ତାହା ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଅପେକ୍ଷା ରହିଛି । ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମଞ୍ଜୁରୀ ମିଳିବା ପରେ ଟାବଲେଟ୍ କିଣାଯିବ ।ଶିକ୍ଷାର ଉନ୍ନତି କରିବାକୁ ହେଲେ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ନିହାତି ଜରୁରୀ । ସେଥିପାଇଁ ରାଜ୍ୟ ସରକାର ପ୍ରଥମେ ଶିକ୍ଷକଙ୍କ ଦକ୍ଷତାର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଶିକ୍ଷକମାନେ ଦକ୍ଷତାସମ୍ପନ୍ନ ହେଲେ ସେମାନେ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଦକ୍ଷ କରାଇବାରେ ସହାୟକ ହୋଇପାରିବେ । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିବା ପରେ ୯୬ ହଜାର ୭୧୮ଟି ଟାବଲେଟ୍ କ୍ରୟ କରାଯିବ । ସେଥିପାଇଁ ରାଜ୍ୟ ସରକାର ପାଖାପାଖି ୨୭୫୯ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post