ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟ ସରକାର ଏକ ନୂଆ ପଦକ୍ଷେପ ନେବାକୁ ଯୋଜନା କରୁଛନ୍ତି । ଶିକ୍ଷକଙ୍କୁ ତାଲିମ୍ ପ୍ରଦାନ ଲକ୍ଷ୍ୟ ନେଇ ରାଜ୍ୟ ସରକାର ୯୬ ହଜାର ଟାବଲେଟ୍ କିଣିବେ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମୁତାବକ, ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି । ଏନେଇ ବିଭାଗୀୟ ସଚିବଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଏକ ପ୍ରସ୍ତାବ ଦିଆଯାଇଛି । ଯୋଜନା ଓ ସଂଯୋଜନା ବିଭାଗ ଏହି ପ୍ରସ୍ତାବକୁ ଅନୁମୋଦନ ଦେଇସାରିଥିବା ବେଳେ ତାହା ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଅପେକ୍ଷା ରହିଛି । ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମଞ୍ଜୁରୀ ମିଳିବା ପରେ ଟାବଲେଟ୍ କିଣାଯିବ ।ଶିକ୍ଷାର ଉନ୍ନତି କରିବାକୁ ହେଲେ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ନିହାତି ଜରୁରୀ । ସେଥିପାଇଁ ରାଜ୍ୟ ସରକାର ପ୍ରଥମେ ଶିକ୍ଷକଙ୍କ ଦକ୍ଷତାର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଶିକ୍ଷକମାନେ ଦକ୍ଷତାସମ୍ପନ୍ନ ହେଲେ ସେମାନେ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଦକ୍ଷ କରାଇବାରେ ସହାୟକ ହୋଇପାରିବେ । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିବା ପରେ ୯୬ ହଜାର ୭୧୮ଟି ଟାବଲେଟ୍ କ୍ରୟ କରାଯିବ । ସେଥିପାଇଁ ରାଜ୍ୟ ସରକାର ପାଖାପାଖି ୨୭୫୯ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି ।
Trending
- ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର
- ଚଳନ୍ତା ଆମ ବସ୍ରେ ଲାଗିଲା ନିଆଁ
- ଲଗାତାର ୩୦ ଦିନ ଧରି ଗିରଫ ହେବା ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ପଦ ହରାଇପାରନ୍ତି
- ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ
- ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
- ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମାରିଥିଲେ ଚାପୁଡ଼ା
- କୋଟା-ବୁନ୍ଦି ଠାରେ ଆନୁମାନିକ ୧୫୦୭ କୋଟି ଟଙ୍କା ବ୍ୟୟରେ ଗ୍ରିନ୍ ଫିଲ୍ଡ ବିମାନ ବନ୍ଦର
- ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା
- କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ
- ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
Prev Post
Next Post