ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବା ପାଇଁ ନିଦ୍ଦେଶ ଦିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ଶିକ୍ଷାନୁଷ୍ଠାନକୁ ସୋମବାର ଦିନ ପାଇଁ ଛୁଟି ଭାବରେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ରଥଯାତ୍ରା ପାଇଁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଏହି ଦିନ ବନ୍ଦ ରହିବ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୮ ତାରିଖକୁ ଛୁଟି ଭାବରେ ରାଜ୍ୟ ସରକାର ଘୋଷଣା କରିଛନ୍ତି । ଏହାପୂର୍ବରୁ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖରେ ବ୍ୟାଙ୍କ ଓ କୋର୍ଟ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର । ଏହି ଦିନ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ୟ୍ୟାଳୟ ବନ୍ଦ ରହିବ । ଏହା ସହ ରାଜସ୍ୱ ଓ ମାଜିଷ୍ଟ୍ରେଟଙ୍କ କୋର୍ଟ ବି ବନ୍ଦ ରହିବ । ରାଜ୍ୟରେ ସମସ୍ତ ବ୍ୟାଙ୍କ ମଧ୍ୟ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post