ଆସନ୍ତା ୧୬ ତାରିଖରୁ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ହେବ । ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟରେ ଶ୍ରେଣୀର ସମୟ ପରିବର୍ତ୍ତନ କରିବା ପାଇଁ ରାଜସ୍ଥାନ ସରକାରଙ୍କ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି । ମୌସୂମୀରେ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସ୍କୁଲ ସମୟ ପରିବର୍ତ୍ତନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଏହା ଆଜି(ଅକ୍ଟୋବର ୧)ରୁ ଲାଗୁ ହେବା ପାଇଁ ଧାର୍ଯ୍ୟ କରାଯାଇଥିବା ବେଳେ ପାଣିପାଗ ଯୋଗୁଁ ଏହାକୁ ଅକ୍ଟୋବର ୧୬ ତାରିଖରୁ ଲାଗୁ କରାଯିବା ପାଇଁ ନିଷ୍ପତ୍ତି ହୋଇଛି । ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶକ କାନା ରାମଙ୍କ ତରପରୁ ଜାରି ହୋଇଥିବା ସଂଶୋଧିତ ଆଦେଶ ଅନୁସାରେ, ବର୍ତ୍ତମାନ ଏପ୍ରିଲ ୧ ତାରିଖରୁ ଜାରି ରହିଥିବା ଗ୍ରୀଷ୍ମକାଳୀନ ସ୍କୁଲ ସମୟ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଏହାପରେ ୧୬ ତାରିଖରୁ ନୂଆ ନିୟମରେ ଏବଂ ନୂଆ ସମୟରେ ସ୍କୁଲକୁ ଆସିବେ ଛାତ୍ରଛାତ୍ରୀ ।ସେପଟେ ଆଜିଠାରୁ ସ୍ୱାସ୍ଥ୍ୟକ୍ଷେତ୍ରରେ ସମୟ ପରିବର୍ତ୍ତନ କରି ଏହି ଅଭିଯାନର ଶୁଭାରମ୍ଭ କରାଯାଇଛି । ଆଜିଠାରୁ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ହସ୍ପିଟାଲରେ ଓପିଡି ସକାଳ ୯ଟାରେ ଖୋଲାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ଥାନ ସରକାର । ତେବେ ଏଥିପାଇଁ ସକାଳ ୮.୩୦ରୁ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ଦିନ ୩ଟା ପର୍ଯ୍ୟନ୍ତ ଚାଲୁ ରହିବ । ଏହାସହିତ ରବିବାର ଏବଂ ଅନ୍ୟାନ୍ୟ ଛୁଟିଦିନରେ ସକାଳ ୯ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ(ମାତ୍ର ୨ ଘଣ୍ଟା ପାଇଁ) ଓପିଡି ଖୋଲା ରହିବ । ସେହିପରି ଡାକ୍ତର ମଧ୍ୟ ନୂଆ ନିୟମ ଅନୁସାରେ ସକାଳ ୯ଟାରୁ ରୋଗୀମାନଙ୍କ ଯାଞ୍ଚ ଆରମ୍ଭ କରିବେ । ତେବେ ବର୍ତ୍ତମାନ ସକାଳ ୯ଟା ରୁ ଖୋଲାଯାଉଛି ହସ୍ପିଟାଲର ଓପିଡି । ଅକ୍ଟୋବର ୧ ତାରିଖରୁ ଲାଗୁ ହୋଇଥିବା ଏହି ନିୟମ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି କହିଛନ୍ତି ସରକାର ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post