୨୦ ହଜାର କନିଷ୍ଠଙ୍କ ଶିକ୍ଷକଙ୍କ ନିଯୁକ୍ତି ନେଇ ଗତ ମାସ ୧୧ ତାରିଖରେ ଓଡ଼ିଶା ବିଦ୍ୟାଳୟ ଓ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହାପରେ ସେପ୍ଟେମ୍ବର ୧୩ ତାରିଖରୁ ଅନଲାଇନରେ ଆବେଦନ ଆରମ୍ଭ ହୋଇଥିଲା । ତେବେ ଉକ୍ତ ଆବେଦନର ଅନ୍ତିମ ତାରିଖ ଆସନ୍ତା ୧୦ ପର୍ଯ୍ୟନ୍ତ ରହିଛି । ତେଣୁ ଇଚ୍ଛୁକ ଆଶାୟୀମାନେ ଶୀଘ୍ର ଆବେଦନ କରିନିଅନ୍ତୁ ।ଓସେପା ଏହି ନିଯୁକ୍ତି ପ୍ରକ୍ରିୟା ପରିଚାଳନା କରିବ । ଏନେଇ ଗତ ଅଗଷ୍ଟ ମାସରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୁପାରିଶ କରାଯିବା ସହିତ ଗେଜେଟ୍ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଥିଲା । ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଏହି ନିଯୁକ୍ତି ପ୍ରକ୍ରିୟା ସମାପ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି । ନିଯୁକ୍ତି ସମ୍ପର୍କିତ ସମସ୍ତ ସୂଚନା ଓସେପା ୱେବସାଇଟରେ ଜାରି କରାଯିବ । ଅନଲାଇନ କମ୍ପ୍ୟୁଟର ବେସଡ ଟେଷ୍ଟ (ସିବିଡି) ମୋଡ଼ରେ ଏହି ନିଯୁକ୍ତି ପରୀକ୍ଷା କରାଯିବ ।ପ୍ରଥମରୁ ପଞ୍ଚମ ଓ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏପରି ଭାବେ ଦୁଇଟି ବର୍ଗରେ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଜଣେ ନୋଡାଲ ଅଧିକାରୀ ଏହି ଦାୟିତ୍ୱରେ ରହିବେ । ନିଯୁକ୍ତି ପାଇବା ପରେ ଶିକ୍ଷକମାନେ ଜିଲ୍ଲା ପରିଷଦ ଅଧିନରେ ରହିବେ ଓ ବାର୍ଷିକ ଚୁକ୍ତି ସମାପ୍ତ ହେବା ପରେ ସେମାନଙ୍କର ନବୀକରଣ କରାଯିବ । ସେମାନେ ମାସିକ ପାରିଶ୍ରମିକ ପାଇବେ । ତେବେ ଦକ୍ଷତା ନଥିଲେ ଶିକ୍ଷକଙ୍କୁ ୩୦ ଦିନର ନୋଟିସ୍ ଦିଆଯାଇ କାର୍ଯ୍ୟରୁ ଅନ୍ତର କରିଦିଆଯିବ । ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ଏହି ଦକ୍ଷତା ନିର୍ଦ୍ଧାରଣ କରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post