ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ଆରମ୍ଭ , 23 ରୁ ପଠାଯିବ ପ୍ରାକ୍ଟିକାଲ୍ ପ୍ରଶ୍ନପତ୍ର
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ତାରିଖ ଘୋଷଣା ସହ ପରୀକ୍ଷା କେନ୍ଦ୍ର ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଛି। ୧୨୭୬ କେନ୍ଦ୍ରରେ ଥିଓରି ପରୀକ୍ଷା ଅନୁଷ୍ଠିତ ହେବ। ତା’ପୂର୍ବରୁ ଜାନୁଆରି ୨ରୁ ୧୨ ତାରିଖ ମଧ୍ୟରେ ପ୍ରାକ୍ଟିକାଲ୍ ପରୀକ୍ଷା କରାଯିବ। ତାହାକୁ ଦୃଷ୍ଟିରେ ରଖି ଆସନ୍ତା ୨୩ ତାରିଖଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ଉତ୍ତର ଖାତା ସମେତ ଅନ୍ୟାନ୍ୟ ଆନୁଷଙ୍ଗିକ କାଗଜପତ୍ର ପଠାଇବାକୁ ନିଷ୍ପତ୍ତି ନିଆଯାଇଛି। ଉଭୟ ଥିଓରି ଓ ପ୍ରାକ୍ଟିକାଲ୍ ପରୀକ୍ଷା ପାଇଁ ଆବଶ୍ୟକୀୟ ଫର୍ମ, ସାଧା ଉତ୍ତର ଖାତା ଏବଂ ପ୍ରାକ୍ଟିକାଲ ପରୀକ୍ଷାର ପ୍ରଶ୍ନପତ୍ର ଓ ମାର୍କ ଫୁଏଲ୍ ସିଏଚ୍ଏସ୍ଇ ମୁଖ୍ୟାଳୟରୁ ସମସ୍ତ ପରୀକ୍ଷା କେନ୍ଦ୍ରକୁ ପଠାଯିବ ବୋଲି ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।