ଦୁଇ ଦିନରେ +୨ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଆଉ ବିଳମ୍ବ ହେବନି, ଛାତ୍ରଛାତ୍ରୀ ବ୍ୟସ୍ତ ହୁଅନ୍ତୁ ନାହିଁ’ । ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି । ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ଥିଲା।
ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ।