ଓଡ଼ିଶା ବେଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ (ଡିଟିଇଟି) ଅଧିନରେ ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର (ଏଟିଓ)ଙ୍କୁ ନିଯୁକ୍ତି ଦିଆଯିବ । ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ତରଫରୁ ଗତ ମାସ ୧୫ ତାରିଖରେ ଶର୍ଟ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ ବିସ୍ତୃତ ବିଜ୍ଞପ୍ତି ଜାରି କରାଯାଇଛି । ଇଚ୍ଛୁକ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଏନଟିସି / ଏନଏସି ଧାରୀଙ୍କ ପାଇଁ ୧୨୫ଟି ଓ ଡିପ୍ଲୋମା / ଡିଗ୍ରୀ ଧାରୀଙ୍କ ପାଇଁ ୧୨୫ଟି ପଦ ଖାଲି ରହିଛି । ପ୍ରଥମ ପଦ ପାଇଁ ପ୍ରାର୍ଥୀ ଏନଟିସି / ଏନଏସି/ ଆଇଟିଆଇ ପାସ କରିଥିବା ଆବଶ୍ୟକ । ସେହିପରି ଦ୍ୱିତୀୟ ପଦ ପାଇଁ ପ୍ରାର୍ଥୀ ସର୍ବଭାରତୀୟ ବୈଷିୟକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ସ୍ୱୀକୃତିପ୍ରାପ୍ତ ଶିକ୍ଷାନୁଷ୍ଠାନ / ବୋର୍ଡ/ ୟୁନିଭରସିଟିରୁ ଡିପ୍ଲୋମା / ବି.ଇ/ ବି.ଟେକ ପାସ୍ କରିଥିବା ଆବଶ୍ୟକ ।ଏଟିଓ (ଏନଟିସି / ଏନଏସି ହୋଲଡର) ପ୍ରାର୍ଥୀଙ୍କୁ କୋପା, ଡ୍ରେସ ମେକିଂ, ଇଲେକ୍ଟ୍ରିସିଆନ, ଫିଟ୍ଟର, ଇନଷ୍ଟୁମେଣ୍ଟ ମେକାନିକ, ମେସିନିଷ୍ଟ, ପ୍ଲମ୍ବର, ଟର୍ଣ୍ଣର, ୱେଲଡର, ଟର୍ଣ୍ଣର ଆଦି ୧୬ ପ୍ରକାର ପଦରେ ନିଯୁକ୍ତି ଦିଆଯିବ । ସେହିପରି ଏଟିଓ (ଡିପ୍ଲୋମା / ଡିଗ୍ରୀ ହୋଲଡର) ପ୍ରାର୍ଥୀଙ୍କୁ କୋପା, ଡ୍ରଟସମ୍ୟନ ମେକାନିକାଲ, ଇଞ୍ଜିନିୟରିଂ ଡ୍ରଇଂ, ୱେୟାରମ୍ୟାନ, ଟର୍ଣ୍ଣର, ମେକାନିକ ମୋଟର ଭେହିକିଲ, ୱେଲଡର ଆଦି ୧୯ ପ୍ରକାର ପଦରେ ନିଯୁକ୍ତି ଦିଆଯିବ । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ଏପ୍ରିଲ ୧୪ରୁ ମେ ୧୫ ମଧ୍ୟରେ ଅନଲାଇନ୍ ପଞ୍ଜିକରଣ କରାଯିବ ।
Trending
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
Prev Post