ସିବିଏସଇ ଟପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା । ସିବିଏସଇର ଦୁଇ ଟପର୍ ଛାତ୍ରୀ ଟିନା ଓ ଆଲିଶାଙ୍କୁ ଭେଟି ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ନମ୍ବର ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭୁବନେଶ୍ୱରର ଲୋକସେବା ଭବନରେ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଉଭୟ ଟପର ଛାତ୍ରୀଙ୍କୁ ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରି ରୂପା ତାରକସିର ଉପହାର ଓ ଉତ୍ତରୀୟ ପ୍ରଦାନ କରିଥିଲେ । ଭବିଷ୍ୟତରେ ସେମାନେ ଦୁଇ ଜଣ ଆହୁରି ସଫଳତା ନେଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟ ଛାତ୍ରୀ ଭବିଷ୍ୟତରେ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଥିବା ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି । ଟିନା ଭବିଷ୍ୟତରେ କାର୍ଡିଓଲୋଜିଷ୍ଟ ହେବାର ଲକ୍ଷ୍ୟ ରଖିଥିବା ବେଳେ, ଆଲିଶା ନ୍ୟୁରୋଲୋଜିଷ୍ଟ ହେବାର ଲକ୍ଷ୍ୟ ରଖିଛନ୍ତି । ଏହି ସଫଳତା ରାଜ୍ୟର ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ