ବାହାରିଲା ଯୁକ୍ତ ୨ ରେଜଲ୍ଟ , ଏକାସଙ୍ଗେ ବାହାରିଲା କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ
ବାହାରିଲା ଯୁକ୍ତ ୨ ରେଜଲ୍ଟ । ଏକାସଙ୍ଗେ ବାହାରିଲା କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । କଳାରେ ପାସ୍ ହାର ୮୪.୫୦ ପ୍ରତିଶତ । କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି । ଛାତ୍ରଙ୍କ ପାସ୍ ହାର ୭୭.୯୭% ପ୍ରତିଶତ ରହିଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୮୯.୪୫ % ରହିଛି । CHSE ଅଫିସରେ ଗଣଶିକ୍ଷା ମନ୍ତ୍ରୀଙ୍କ ଘୋଷଣା।
ସେହିପରି ବାଣିଜ୍ୟରେ ପାସ୍ ହାର ୮୮.୦୭ ପ୍ରତିଶତ ରହିଛି । ଯେଉଁଥିରେ ଛାତ୍ରଙ୍କ ପାସ୍ ହାର ୮୬, ୬୭ ରହିଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୯୦.୪୩ ପ୍ରତିଶତ ରହିଛି । ବିଜ୍ଞାନରେ ପାସ୍ ହାର ୮୮.୮୦ ରହିଛି । ଯେଉଁଥିରେ ଛାତ୍ରଙ୍କ ପାସ୍ ହାର ୮୭.୪୧ ପ୍ରତିଶତ ରହିଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୮୦.୨୪ ପ୍ରତିଶତ ରହିଛି । ଅନ୍ୟପଟେ ଧନ୍ଦାମୂଳକ ପରୀକ୍ଷାରେ ପାସ୍ ହାର ୭୧.୪୯ ପ୍ରତିଶତ ରହିଛି । ଯେଉଁଥିରେ ଛାତ୍ରଙ୍କ ପାସ୍ ହାର ୭୧.୪୯ ରହିଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୮୩.୪୩ ପ୍ରତିଶତ ରହିଛି
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନେ ନିମ୍ନଲିଖିତ ୱେବସାଇଟ୍ ମାଧ୍ୟମରେ ନିଜର ରୋଲ୍ ନମ୍ବର ଏବଂ ରେଜିଷ୍ଟ୍ରେସନ ନମ୍ବର ଦେଇ ରେଜଲ୍ଟ ଚେକ୍ କରିପାରିବେ । orissaresults.nic.in, chseodisha.nic.in, ଏହାଛଡ଼ା ସଂଶ୍ଳିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ମଧ୍ୟ ସାମସ୍ (SAMS) କଲେଜ ଲଗଇନ୍ ଜରିଆରେ ପରୀକ୍ଷା ଫଳ ଉପଲବ୍ଧ କରାଇ ଦିଆଯିବ । ସେହିପରି ଛାତ୍ରଛାତ୍ରୀମାନେ ନିଜର ଡିଜିଲକର ଆକାଉଣ୍ଟରୁ ମଧ୍ୟ ମାର୍କସିଟ୍ ଡାଉନଲୋଡ୍ କରିପାରିବେ । ପରୀକ୍ଷା ଫଳ ପ୍ରକାଶନକୁ ନେଇ CHSE କାର୍ଯ୍ୟାଳୟରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଧିକ ଅପଡେଟ୍ ପାଇଁ ଆମ ପେଜ୍ ସହ ଯୋଡ଼ି ହୋଇ ରୁହନ୍ତୁ ।