ଓଡ଼ିଶା ହାଇକୋର୍ଟ ତରଫରୁ ଗତ ଡିସେମ୍ବର ମାସରେ ଜୁନିୟର ଗ୍ରେଡ ଟାଇପିଷ୍ଟ / ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ପଦ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏନେଇ ଡିସେମ୍ବର ମାସ ୮ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଚାଲିଥିଲା । ତେବେ ଉକ୍ତ ପଦକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ବିଭିନ୍ନ ତ୍ରୁଟି କାରଣରୁ ୨୬୯ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ରିଜେକ୍ଟ ହୋଇଯାଇଛି । ସେନେଇ ଏକ ଲିଷ୍ଟ ଜାରି କରାଯାଇଛି ।ତେବେ ଏଥିସହିତ ଜୁନିୟର ଗ୍ରେଡ ଟାଇପିଷ୍ଟ / ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ପଦର ପ୍ରିଲିମିନାରୀ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ଆସନ୍ତା ମାର୍ଚ୍ଚ ମାସ ୩ ତାରିଖ (ରବିବାର) ଦିନ ସକାଳ ୯ଟାରୁ ୧୧ଟା ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ପ୍ରାର୍ଥୀମାନେ ସକାଳ ୭.୩୦ରେ ଧାର୍ଯ୍ୟ ଭେନ୍ୟୁରେ ଉପସ୍ଥିତ ହେବାକୁ ପଡ଼ିବ । ଆସନ୍ତା ୧୬ ତାରିଖ ସକାଳ ୮ଟା ଠାରୁ ଆସନ୍ତା ମାସ ୩ ତାରିଖ ସକାଳ ୭ଟା ମଧ୍ୟରେ ପ୍ରାର୍ଥୀମାନେ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post