ଓଡ଼ିଶା ହାଇକୋର୍ଟ ତରଫରୁ ଗତ ଡିସେମ୍ବର ମାସରେ ଜୁନିୟର ଗ୍ରେଡ ଟାଇପିଷ୍ଟ / ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ପଦ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏନେଇ ଡିସେମ୍ବର ମାସ ୮ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଚାଲିଥିଲା । ତେବେ ଉକ୍ତ ପଦକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ବିଭିନ୍ନ ତ୍ରୁଟି କାରଣରୁ ୨୬୯ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ରିଜେକ୍ଟ ହୋଇଯାଇଛି । ସେନେଇ ଏକ ଲିଷ୍ଟ ଜାରି କରାଯାଇଛି ।ତେବେ ଏଥିସହିତ ଜୁନିୟର ଗ୍ରେଡ ଟାଇପିଷ୍ଟ / ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ପଦର ପ୍ରିଲିମିନାରୀ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ଆସନ୍ତା ମାର୍ଚ୍ଚ ମାସ ୩ ତାରିଖ (ରବିବାର) ଦିନ ସକାଳ ୯ଟାରୁ ୧୧ଟା ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ପ୍ରାର୍ଥୀମାନେ ସକାଳ ୭.୩୦ରେ ଧାର୍ଯ୍ୟ ଭେନ୍ୟୁରେ ଉପସ୍ଥିତ ହେବାକୁ ପଡ଼ିବ । ଆସନ୍ତା ୧୬ ତାରିଖ ସକାଳ ୮ଟା ଠାରୁ ଆସନ୍ତା ମାସ ୩ ତାରିଖ ସକାଳ ୭ଟା ମଧ୍ୟରେ ପ୍ରାର୍ଥୀମାନେ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post