ଛାତ୍ରଛାତ୍ରୀଙ୍କ ପାଇଁ ନିୟମ କଡାକଡି କଲା ସିବିଏସି । ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ଦେଇପାରିବେନି ପରୀକ୍ଷା । ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଡେଡଲାଇନ ସ୍ଥିର କଲା ସିବିଏସି । ପରୀକ୍ଷା ସକାଳ ସାଢେ ୧୦ଟାରେ ଆରମ୍ଭ ହେବ । ହେଲେ ୧୦ ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଜାରି ହୋଇଛି ।ନିର୍ଦ୍ଧାରିତ ସମୟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ନ ପହଞ୍ଚିିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ ବାରଣ ନେଇ ନିଷ୍ପତ୍ତି ନେଇଛି ସିବିଏସି । ସମୟରେ ପହଞ୍ଚିଲେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇ ପାରନ୍ତି ଛାତ୍ରଛାତ୍ରୀ । ଏନେଇ ସ୍କୁଲ, ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ପରାମର୍ଶବଳୀ ଜାରି କରିଛି ସିବିଆଇ । ପାଣିପାଗ, ଟ୍ରାଫିକ ଭିଡ଼ ସମେତ ଜାତୀୟ ଓ ଅନ୍ତର୍ଜାତୀୟ ସମିଟକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟର ଢେର ପୂର୍ବରୁ ଘରୁ ବାହାରିବାକୁ ସ୍କୁଲ ଅଧ୍ୟକ୍ଷମାନଙ୍କୁ ମାର୍ଗଦର୍ଶିକା ଜାରି କରିଛି ସିବିଏସି । ଏ ନେଇ ସ୍କୁଲ ପକ୍ଷରୁ ଅଭିଭାବକମାନଙ୍କୁ ଅବଗତ କରିବାକୁ ପରାମର୍ଶ ଦିଆଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ