ଛାତ୍ରଛାତ୍ରୀଙ୍କ ପାଇଁ ନିୟମ କଡାକଡି କଲା ସିବିଏସି । ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ଦେଇପାରିବେନି ପରୀକ୍ଷା । ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଡେଡଲାଇନ ସ୍ଥିର କଲା ସିବିଏସି । ପରୀକ୍ଷା ସକାଳ ସାଢେ ୧୦ଟାରେ ଆରମ୍ଭ ହେବ । ହେଲେ ୧୦ ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଜାରି ହୋଇଛି ।ନିର୍ଦ୍ଧାରିତ ସମୟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ନ ପହଞ୍ଚିିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ ବାରଣ ନେଇ ନିଷ୍ପତ୍ତି ନେଇଛି ସିବିଏସି । ସମୟରେ ପହଞ୍ଚିଲେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇ ପାରନ୍ତି ଛାତ୍ରଛାତ୍ରୀ । ଏନେଇ ସ୍କୁଲ, ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ପରାମର୍ଶବଳୀ ଜାରି କରିଛି ସିବିଆଇ । ପାଣିପାଗ, ଟ୍ରାଫିକ ଭିଡ଼ ସମେତ ଜାତୀୟ ଓ ଅନ୍ତର୍ଜାତୀୟ ସମିଟକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟର ଢେର ପୂର୍ବରୁ ଘରୁ ବାହାରିବାକୁ ସ୍କୁଲ ଅଧ୍ୟକ୍ଷମାନଙ୍କୁ ମାର୍ଗଦର୍ଶିକା ଜାରି କରିଛି ସିବିଏସି । ଏ ନେଇ ସ୍କୁଲ ପକ୍ଷରୁ ଅଭିଭାବକମାନଙ୍କୁ ଅବଗତ କରିବାକୁ ପରାମର୍ଶ ଦିଆଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ