ନିଟ୍-ୟୁଜିକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଗୁରୁବାର ସୁପ୍ରିମକୋର୍ଟରେ ପୁଣି ଥରେ ଶୁଣାଣି ହୋଇଛି। ଏହି ସମୟରେ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ କେନ୍ଦ୍ର କହିଛି, ନିଟ୍ରେ ଛାତ୍ରଛାତ୍ରୀମାନଙ୍କୁ ଗ୍ରେସ୍ ମାର୍କ ପ୍ରଦାନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିଛି ନେସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ)। ତେଣୁ ଗ୍ରେସ୍ ମାର୍କ ପାଇଥିବା ୧୫୬୩ ଜଣ ଛାତ୍ରଛାତ୍ରୀଙ୍କୁ ପୁନର୍ବାର ପରୀକ୍ଷା ଦେବାକୁ ପଡିବ। ସେମାନଙ୍କ ସ୍କୋର କାର୍ଡ ରଦ୍ଦ କରାଯାଇଛି। ଜୁନ୍ ୨୩ ରେ ପୁନର୍ବାର ପରୀକ୍ଷା ହେବ ଏବଂ ଫଳାଫଳ ଜୁନ୍ ୩୦ ସୁଦ୍ଧା ଘୋଷଣା କରାଯିବ। ବଡ଼ କଥା ହେଉଛି, ୬ ଜୁଲାଇରେ ହେବାକୁ ଥିବା କାଉନ୍ସେଲିଂ ଉପରେ ରୋକ୍ ଲଗାଇବାକୁ ମନା କରି ଦେଇଛନ୍ତି।ଗ୍ରେସ୍ ମାର୍କକୁ ନେଇ ଏନଟିଏ ସୁପ୍ରିମକୋର୍ଟଙ୍କୁ କହିଛି, ଯେଉଁ ୧୫୬୩ ଛାତ୍ରଛାତ୍ରୀ ଗ୍ରେସ୍ ମାର୍କ ପାଇଛନ୍ତି, ସେମାନଙ୍କୁ ଆଉଥରେ ପରୀକ୍ଷା ଦେବାର ବିକଳ୍ପ ଦିଆଯାଇଛି। ଯେଉଁ ଛାତ୍ରଛାତ୍ରୀ ପୁନର୍ବାର ପରୀକ୍ଷା ଦେବାକୁ ଚାହୁଁ ନାହାନ୍ତି ସେମାନଙ୍କୁ ଗ୍ରେସ୍ ମାର୍କ ବିନା ତାଙ୍କ ମୂଳ ନମ୍ବର ଦିଆଯିବ।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Next Post