ନିଟ୍-ୟୁଜିକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଗୁରୁବାର ସୁପ୍ରିମକୋର୍ଟରେ ପୁଣି ଥରେ ଶୁଣାଣି ହୋଇଛି। ଏହି ସମୟରେ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ କେନ୍ଦ୍ର କହିଛି, ନିଟ୍ରେ ଛାତ୍ରଛାତ୍ରୀମାନଙ୍କୁ ଗ୍ରେସ୍ ମାର୍କ ପ୍ରଦାନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିଛି ନେସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ)। ତେଣୁ ଗ୍ରେସ୍ ମାର୍କ ପାଇଥିବା ୧୫୬୩ ଜଣ ଛାତ୍ରଛାତ୍ରୀଙ୍କୁ ପୁନର୍ବାର ପରୀକ୍ଷା ଦେବାକୁ ପଡିବ। ସେମାନଙ୍କ ସ୍କୋର କାର୍ଡ ରଦ୍ଦ କରାଯାଇଛି। ଜୁନ୍ ୨୩ ରେ ପୁନର୍ବାର ପରୀକ୍ଷା ହେବ ଏବଂ ଫଳାଫଳ ଜୁନ୍ ୩୦ ସୁଦ୍ଧା ଘୋଷଣା କରାଯିବ। ବଡ଼ କଥା ହେଉଛି, ୬ ଜୁଲାଇରେ ହେବାକୁ ଥିବା କାଉନ୍ସେଲିଂ ଉପରେ ରୋକ୍ ଲଗାଇବାକୁ ମନା କରି ଦେଇଛନ୍ତି।ଗ୍ରେସ୍ ମାର୍କକୁ ନେଇ ଏନଟିଏ ସୁପ୍ରିମକୋର୍ଟଙ୍କୁ କହିଛି, ଯେଉଁ ୧୫୬୩ ଛାତ୍ରଛାତ୍ରୀ ଗ୍ରେସ୍ ମାର୍କ ପାଇଛନ୍ତି, ସେମାନଙ୍କୁ ଆଉଥରେ ପରୀକ୍ଷା ଦେବାର ବିକଳ୍ପ ଦିଆଯାଇଛି। ଯେଉଁ ଛାତ୍ରଛାତ୍ରୀ ପୁନର୍ବାର ପରୀକ୍ଷା ଦେବାକୁ ଚାହୁଁ ନାହାନ୍ତି ସେମାନଙ୍କୁ ଗ୍ରେସ୍ ମାର୍କ ବିନା ତାଙ୍କ ମୂଳ ନମ୍ବର ଦିଆଯିବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post