ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ରାଜିନାମା ସ୍ୱାକ୍ଷରିତ

ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ) ମଧ୍ୟରେ ଏକ ରାଜିନାମା ସ୍ୱାକ୍ଷରିତ ହୋଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଭାଗୀୟ ସଚିବ ଅରବିନ୍ଦ ଅଗ୍ରୱାଲ ଓ ଇଗ୍ନୋ କୁଳପତି ପ୍ରଫେସର ଉମା କାଞ୍ଜିଲାଲଙ୍କ ଉପସ୍ଥିତିରେ ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ ରମାକାନ୍ତ ନାୟକ ଓ ଇଗ୍ନୋ କୁଳସଚିବ ଆଲୋକ ଚୌବେ ବୁଝାମଣାପତ୍ରରେ ସ୍ବାକ୍ଷର କରିଥିଲେ। ବୁଝାମଣାପତ୍ର ଅନୁଯାୟୀ ଇଗ୍ନୋର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ(ଭୋକେସ୍‌ନାଲ୍‌ ଷ୍ଟଡିଜ୍‌), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ, ଏମବିଏ ଆଦି ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଦାନ କରାଯିବ। ଆସନ୍ତା ଦୁଇ ବର୍ଷ ମଧ୍ୟରେ ୪୦୦ ସ୍ନାତକ, ୨୦୦ ‌ସ୍ନାତକୋତ୍ତର ଓ ୫୦ରୁ ଅଧିକ ଡିପ୍ଲୋମା ପାଠ୍ୟକ୍ରମର ଅନୁବାଦ ହେବ। ଏଥିପାଇଁ ୨କୋଟି ୪୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏଥିସହ ଅନ୍‌ଲାଇନ୍‌ରେ ଛାତ୍ରଛାତ୍ରୀଙ୍କ ପାଇଁ ପାଠ୍ୟକ୍ରମଗୁଡ଼ିକ ଉପଲବ୍ଧ କରିବାକୁ ଲକ୍ଷ୍ୟ ରଖଯାଇଛି।

Leave a comment