ଆଜିଠୁ ମାଟ୍ରିକ ପରୀକ୍ଷା
ଆଜିଠୁ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି। ଆଜିଠୁ ଆରମ୍ଭ ହେଉଥିବା ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୪ ତାରିଖ ଯାଏଁ ଚାଲିବ । ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ୩୦ ତାରିଖରେ ସରିବ। କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି କହିଛନ୍ତି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପରୀକ୍ଷାରେ ସମସ୍ତ ଛାତ୍ରଛାତ୍ରୀଙ୍କ ଉତ୍ତମ ପ୍ରଦର୍ଶନ ଏବଂ ସଫଳତା କାମନା କରୁଛି।