ରାତି ସାରା ଚାଲିଲା ବିଧାନସଭା । ବିଧାନସଭାରେ ପାରିତ ହେଲା ଓଡ଼ିଶା ବିଶ୍ଵବିଦ୍ୟାଳୟ ସଂଶୋଧନ ବିଲ୍ । ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ବିଲ୍ ଆଗତ ହେବା ପରେ ଆରମ୍ଭ ହୋଇଥିଲା ଆଲୋଚନା । ଗୃହରେ ସାଢେ ୧୨ ଘଣ୍ଟା ଆଲୋଚନା ହୋଇଥିଲା । ଅପରାହ୍ଣ ୪ଟାରୁ ଭୋର ୪ଟା ୩୦ମିନିଟ ପର୍ଯ୍ୟନ୍ତ ଜୋରଦାର ବିତର୍କ ହେଲା । ବିରୋଧୀ ଦଳ ବିଧାୟକ ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରୁଥିବା ବେଳେ ଶାସକ ଦଳର ବିଧାୟକ ପାରିତ ହେବା ନେଇ ଯୁକ୍ତି ବାଢିଥିଲେ । ମୂଳ ବିଲରେ ମୋଟ ୧୮ଟି କ୍ଲଜ ଏବଂ ଗୋଟିଏ ଅନୁସୂଚୀ ରହିଥିବାବେଳେ, ବିରୋଧୀ ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ରେ ୧୨ଟି କ୍ଲଜରେ ସଂଶୋଧନ ପ୍ରସ୍ତାବ ରଖିଥିଲେ। ପ୍ରତ୍ୟେକ ସଂଶୋଧନ ପ୍ରସ୍ତାବ ଉପରେ ବିରୋଧୀ ଦଳ ପକ୍ଷରୁ ଶଙ୍କା ଆଶଙ୍କା ପ୍ରକାଶ କରି ସରକାରଙ୍କୁ ସ୍ପଷ୍ଟୀକରଣ ମଗାଯିବା ସହ ସରକାରଙ୍କ ପକ୍ଷରୁ ଉତ୍ତର ଦିଆଯାଇଥିଲା। ପରିଶେଷରେ ବିରୋଧୀ ସଦସ୍ୟଙ୍କ ସମସ୍ତ ସଂଶୋଧନ ପ୍ରସ୍ତାବ କାଟ ଖାଇଥିଲା। ଅନ୍ୟପଟେ ଆଜି ସକାଳେ ବିଧାନସଭାରେ ଆଲୋଚନା ପରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ୨୦୨୫ ମଧ୍ୟ ପାରିତ ହୋଇଯାଇଛି।
Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ