ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ସିନିୟର ଜେନେରାଲ ମ୍ୟାନେଜର -ଏଚଆର ଆଣ୍ଡ ଆଇଆର ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଯୋଗ୍ୟ ପ୍ରାର୍ଥୀଙ୍କୁ ଉଚ୍ଚ ବେତନ ସହିତ ଅନେକ ସୁବିଧା ସୁଯୋଗ ପ୍ରଦାନ କରାଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ପ୍ରାର୍ଥୀ ଗ୍ରାଜୁଏସନ ପାସ କରିବା ସହିତ ଅତିକମରେ ୬୦ ପ୍ରତିଶତ ମାର୍କ ରଖିଥିବେ । ଏଥିସହିତ ପ୍ରାର୍ଥୀଙ୍କର ୨୫ ବର୍ଷରୁ ଅଧିକ ବର୍ଷର ଅଭିଜ୍ଞତା ରହିଥିବ । ପ୍ରାର୍ଥୀ କେନ୍ଦ୍ର / ରାଜ୍ୟ ପିଏସୟୁ / ପ୍ରାଇଭେଟ କମ୍ପାନୀ ଅଧିନରେ ୨୦ ବର୍ଷରୁ ଅଧିକ ବର୍ଷ ଧରି କାର୍ଯ୍ୟ କରିଥିବେ । ଚଳିତ ବର୍ଷ ନଭେମ୍ବର ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବାଧିକ ବୟସ ୫୬ ବର୍ଷ ହୋଇଥିବ । ୨୦୦ରୁ ଅଧିକ କାର୍ଯ୍ୟନିର୍ବାହୀ ରହିଥିବା କେନ୍ଦ୍ର / ରାଜ୍ୟ ପିଏସୟୁର ଏଚଆର ବିଭାଗରେ ଲିଡରଶିପ୍ କ୍ଷେତ୍ରରେ ଅଭିଜ୍ଞତା ଥିବା ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ ଦିଆଯିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post