ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ୨୩୪ଟି ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏନେଇ ଗତ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆଜିଠାରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଓଏସଏସସିର ଅଫିସିଆଲ ୱେବସାଇଟ୍ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ନଭେମ୍ବର ମାସ ୨୪ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ମାସ ୨୧ରେ ସମାପ୍ତ ହେବ । ପ୍ରାର୍ଥୀମାନେ ଡିସେମ୍ବର ମାସ ୨୭ ତାରିଖ ସୁଦ୍ଧା ସେମାନଙ୍କର ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଗ୍ରୁପ-ସି’ରେ ପ୍ରାର୍ଥୀଙ୍କୁ ଏହି ପଦରେ ନିଯୁକ୍ତି ଦିଆଯିବ ।ୟୁଆରଙ୍କ ପାଇଁ ୧୧୬ଟି, ଶିକ୍ଷା ଓ ଆର୍ଥିକ ଦୁର୍ବଳ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୨୮ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୩୯ଟି ଓ ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୫୧ଟି ପଦ ଖାଲି ରହିଛି । ପ୍ରାର୍ଥୀ ମାଥମେଟିକ୍ସ କିମ୍ବା ଷ୍ଟାଟିଷ୍ଟିକ୍ସରେ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଗ୍ରାଜୁଏସନ ପାସ୍ କରିଥିବେ । ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ଓ ସର୍ବାଧିକ ବୟସ ୩୮ ବର୍ଷ ହୋଇଥିବା ଆବଶ୍ୟକ । ପ୍ରାର୍ଥୀ ପ୍ରିଲିମିନାରୀ ଓ ମେନ୍ ପରୀକ୍ଷା ଦେବା ପରେ କମ୍ପ୍ୟୁଟର ଦକ୍ଷତା ପରୀକ୍ଷା ଦେବେ ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
Prev Post
Next Post