ଜୁନ୍ ମାସ ୧୨ ତାରିଖରେ ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ୨୦୨୩ ପଦର କମ୍ପ୍ୟୁଟର ଦକ୍ଷତା ଟେଷ୍ଟ କରାଯିବ । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ଅଧିନରେ ଭୁବନେଶ୍ୱର ଠାରେ ଏହି ଟେଷ୍ଟ ନିଆଯିବ । ଗୋଟିଏ ଶିଟିଂରେ ଏହି ପରୀକ୍ଷା କରାଯିବ । ମେ ୫ରେ ଅନୁଷ୍ଠିତ ହୋଇଥିବା ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନେ କମ୍ପୁଟର ଦକ୍ଷତା ଟେଷ୍ଟ (ସିଏସଟି) କରାଯିବ । ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ଗତବର୍ଷ ନଭେମ୍ବର ମାସ ୧୮ ତାରିଖରେ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ୨୩୪ଟି ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ (ଭିଏସଏ) ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେଥିପାଇଁ ପ୍ରାର୍ଥୀମାନେ ନଭେମ୍ବର ମାସ ୨୪ରୁ ଡିସେମ୍ବର ୨୧ ପର୍ଯ୍ୟନ୍ତ ଅନଲାଇନ୍ରେ ଆବେଦନ କରିଥିଲେ ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post
Next Post