ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ୨୩୪ଟି ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏନେଇ ଗତ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆଜିଠାରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଓଏସଏସସିର ଅଫିସିଆଲ ୱେବସାଇଟ୍ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ନଭେମ୍ବର ମାସ ୨୪ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ମାସ ୨୧ରେ ସମାପ୍ତ ହେବ । ପ୍ରାର୍ଥୀମାନେ ଡିସେମ୍ବର ମାସ ୨୭ ତାରିଖ ସୁଦ୍ଧା ସେମାନଙ୍କର ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଗ୍ରୁପ-ସି’ରେ ପ୍ରାର୍ଥୀଙ୍କୁ ଏହି ପଦରେ ନିଯୁକ୍ତି ଦିଆଯିବ ।ୟୁଆରଙ୍କ ପାଇଁ ୧୧୬ଟି, ଶିକ୍ଷା ଓ ଆର୍ଥିକ ଦୁର୍ବଳ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୨୮ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୩୯ଟି ଓ ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୫୧ଟି ପଦ ଖାଲି ରହିଛି । ପ୍ରାର୍ଥୀ ମାଥମେଟିକ୍ସ କିମ୍ବା ଷ୍ଟାଟିଷ୍ଟିକ୍ସରେ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଗ୍ରାଜୁଏସନ ପାସ୍ କରିଥିବେ । ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ଓ ସର୍ବାଧିକ ବୟସ ୩୮ ବର୍ଷ ହୋଇଥିବା ଆବଶ୍ୟକ । ପ୍ରାର୍ଥୀ ପ୍ରିଲିମିନାରୀ ଓ ମେନ୍ ପରୀକ୍ଷା ଦେବା ପରେ କମ୍ପ୍ୟୁଟର ଦକ୍ଷତା ପରୀକ୍ଷା ଦେବେ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post