ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଫାଟକ ସମ୍ମୁଖରେ ଥିବା ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ହେଲିକେପ୍ଟରରେ ଆସି ସେ ବିଶ୍ୱବିଦ୍ୟାଳୟ ପରିସରସ୍ଥ ହେଲିପ୍ୟାଡ଼ରେ ଅବତରଣ କରିଥିଲେ । ରାଜ୍ୟପାଳ ହରିବାବୁ କୁମ୍ଭମପାଟି ଯୋଗ ଦେଇ ଫକୀରମୋହନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପୂର୍ବକ ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ । ଏହାପରେ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଥିଲେ । ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୨ଟା ୩୦ରେ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଉଦ୍ବୋଧନ ଦେବେ । ଏହି ଅବସରରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ସରକାରୀ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସଦର ବିଧାୟକ ମାନସ କୁମାର ଦତ୍ତ, କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।
Trending
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
- ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
- ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଶେଷ
- ସିବିଏସଇ ଟପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା