ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଫାଟକ ସମ୍ମୁଖରେ ଥିବା ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ହେଲିକେପ୍ଟରରେ ଆସି ସେ ବିଶ୍ୱବିଦ୍ୟାଳୟ ପରିସରସ୍ଥ ହେଲିପ୍ୟାଡ଼ରେ ଅବତରଣ କରିଥିଲେ । ରାଜ୍ୟପାଳ ହରିବାବୁ କୁମ୍ଭମପାଟି ଯୋଗ ଦେଇ ଫକୀରମୋହନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପୂର୍ବକ ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ । ଏହାପରେ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଥିଲେ । ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୨ଟା ୩୦ରେ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଉଦ୍ବୋଧନ ଦେବେ । ଏହି ଅବସରରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ସରକାରୀ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସଦର ବିଧାୟକ ମାନସ କୁମାର ଦତ୍ତ, କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ