ଆଜି ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ,ମେ 5 ରୁ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଆଜି ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ । ତେବେ ଏହି ପରୀକ୍ଷା ଫଳକୁ ନେଇ ଆପଣ ସନ୍ତୁଷ୍ଟ ନାହାନ୍ତି କି? ଅଧିକ ମାର୍କ ରଖିବାର ଆଶା ଥିଲା ଓ ଚେକିଂ ପାଇଁ ଆବେଦନ କରିବାକୁ ଚାଁହୁଛନ୍ତି କି? ଯଦି ହଁ, ତେବେ ଜାଣନ୍ତୁ କେବେଠାରୁ ଆପଣ ରିଚେକିଂ ପାଇଁ ଆବେଦନ କରିବେ | ୭୨ ଘଣ୍ଟା ପରେ ୱେବସାଇଟ୍ https://bsedigicertificate.odisha.gov.in/ ମାଧ୍ୟମରେ ଡିଜିଟାଲ୍ ମାଟ୍ରିକ୍ ପ୍ରମାଣପତ୍ର ପାଇପାରିବେ ଛାତ୍ରଛାତ୍ରୀ । ଏଥିସହ ହ୍ବାଟ୍ସଆପ ନମ୍ବର 77100-58192 ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ଡିଜିଟାଲ ମାଟ୍ରିକ ପ୍ରମାଣପତ୍ର ପାଇପାରିବେ ।

ମେ’ ୫ ରୁ ମେ’ ୧୬  ମଧ୍ୟରେ ଛାତ୍ରଛାତ୍ରୀ ରିଚେକିଂ ପାଇଁ ଆବେଦନ କରିପାରିବେ । ଅନଲାଇନ୍‌ ମାଧ୍ୟମରେ ହାଇସ୍କୁଲ ସାର୍ଟିଫିକେଟ୍ ଛାତ୍ରଛାତ୍ରୀ ଆବେଦନ କରିପାରିବେ ଏବଂ ଅଫଲାଇନ୍‌ SOCS ଏବଂ ମଧ୍ୟମା ଛାତ୍ରଛାତ୍ରୀ ଆବେଦନ କରିବେ । ଉଲ୍ଲେଖ ଥାଉ କି ରାଜ୍ୟରେ ଚଳିତ ବର୍ଷ ୫ ଲକ୍ଷ ୨  ହଜାର ୪୧୭ ଜଣ  ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ୪ ଲକ୍ଷ ୮୪ ହଜାର ୮୬୩  ଜଣ ପାସ୍ ହୋଇଛନ୍ତି ।  ଚଳିତଥର ପାସ୍‌ହାର ୯୪.୯୩ % ରହିଛି । ସେହିପରି ଛାତ୍ରଙ୍କ ପାସ୍‌ହାର ୯୪  % ଥିବାବେଳେ ଛାତ୍ରୀଙ୍କ ପାସ୍‌ହାର ୯୬ % ରହିଛି । ତେବେ କୌଣସି ସ୍କୁଲରେ ପରୀକ୍ଷା ଫଳ ଶୂନ ନାହିଁ ।

ରାଜ୍ୟର  ୩୨୭୩  ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି । ଚଳିତବର୍ଷ ରେଗୁଲାର୍‌ରେ ୫ଲକ୍ଷ ୧୦ ହଜାର ୭୭୯ ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିବା ବେଳେ  ୫ ଲକ୍ଷ ୨  ହଜାର ୪୧୭ ଜଣ  ରେଗୁଲାର୍ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୪  ଲକ୍ଷ ୮୪ ହଜାର ୮୬୩  ଜଣ ଛାତ୍ରଛାତ୍ରୀ ପାସ୍ ହୋଇଛନ୍ତି । ୨  ଲକ୍ଷ ୪୦ ହଜାର ୨୫୧ ଜଣ ଛାତ୍ର ପାସ୍ ହୋଇଥିବା ବେଳେ ୨ ଲକ୍ଷ ୪୪  ହଜାର ୬୧୨ ଜଣ ଛାତ୍ରୀ ପାସ୍ କରିଛନ୍ତି ।

Leave a comment